ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

ପାରଳାଖେମଣ୍ଡି,(ତାରିଣୀ ପ୍ରସାଦ ପଣ୍ଡା): ଗଜପତି ଜିଲ୍ଲା କାଶୀନଗର ବ୍ଲକ ସ୍ଥିତ ପଞ୍ଚାୟତ ସମିତି କାର୍ଯ୍ୟଳୟ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ  ସଂଯୁକ୍ତ ଜନ  ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଅଛି  । ଏହି ଅଭିଯୋଗ ଶୁଣାଣିରେ ଗଜପତି  ଜିଲ୍ଲାପାଳ ଅକ୍ଷୟ ସୁନିଲ ଅଗ୍ରୱାଲ, ଆରକ୍ଷୀ ଅଧିକ୍ଷକ ଯତୀନ୍ଦ୍ର କୁମାର ପଣ୍ଡା, ବନଖଣ୍ଡ ଅଧିକାରୀ ପାରଳାଖେମୁଣ୍ଡି କେ.ନାଗାରାଜୁ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ପୃଥ୍ଵୀରାଜ ମଣ୍ଡଳ, ଉପଜିଲ୍ଲାପାଳ ପାରଳାଖେମୁଣ୍ଡି  ଅନୁପ ପଣ୍ଡା, ପ୍ରକଳ୍ପ ପ୍ରଶାସକ ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ପାରଳାଖେମୁଣ୍ଡି  ଅଂଶୁମାନ ମହାପାତ୍ର ଅଭିଯୋଗ ଶୁଣାଣୀରେ ଯୋଗଦାନ କରି  କାଶୀନଗର ପଞ୍ଚାୟତ ସମିତିର  ସମୁଦାୟ ମୋଟ-୬୫ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୩୭ ଗୋଟି,ଗ୍ରାମ ଭିତ୍ତିକ ସମସ୍ୟା -୨୮ଗୋଟି ଅଭିଯୋଗ ଆସିଥିଲା ।  ଅନ୍ୟ ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ  କରିବା ପାଇଁ ବିଭାଗୀୟ ଅଧିକାରୀମାନଙ୍କୁ  ଜିଲ୍ଲାପାଳ ନିର୍ଦ୍ଧେଶ ଦେଇଛନ୍ତି। ସେହିପରି ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ୧୬ଜଣଙ୍କୁ ନୂତନ ଭାବେ ମଧୁବାବୁ ପେନସନ ଯୋଜନାରେ ସାମିଲ୍ କରାଯାଇଛି। ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା,ଜମି ପଟ୍ଟା, ମନରେଗା,ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା, ଜଳ ସେଚନ ରାସ୍ତା ଓ  ସ୍ଵାସ୍ଥ୍ୟ ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ  ଅଭିଯୋଗ ଆସିଥିଲା । ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀରେ କାଶୀନଗର ପଞ୍ଚାୟତ ସମିତି ଅଧ୍ୟକ୍ଷା  ବାଲା ସାୟାମା, ଗୋଷ୍ଠୀ ଉନ୍ନୟନ ଅଧିକାରୀ ଡମ୍ବରୁଧର ମଲ୍ଲିକ,ତହସିଲଦାର ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଓ ସ୍ଥାନୀୟ ଜନପ୍ରତିନିଧି ପ୍ରମୁଖ ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ