ସଦଭାବନା ସଭା ଗୃହରେ ଜିଲ୍ଲା ଉନ୍ନୟନ ବୈଠକ ଅନୁଷ୍ଠିତ

ବୋଡେ଼ନ(ଡୋଲେଶ୍ୱର ବାଗ):ସଦଭାବନା ସଭା ଗୃହ ପରିସର ମଧ୍ୟରେ ଜିଲ୍ଲା ଉନ୍ନୟନ ବୈଠକ ଅନୁଷ୍ଠିତ ହୋଇଯାଇଅଛି। ଜିଲ୍ଲାପାଳ ମଧୁସୂଦନ ଦାଶ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକ ରେ ବହୁ ଜିଲ୍ଲା ସ୍ତରୀୟ ଅଧିକାରୀ ଯୋଗ ଦେଇ ଜିଲ୍ଲାରେ ଉନ୍ନୟନ କାର୍ଯ୍ୟ କୁ ତ୍ବରାନ୍ବିତ କରିବାକୁ ଆହ୍ବାନ କରିଥିଲେ। ବୈଠକ ରେ ଅତିରିକ୍ତ ଜିଲ୍ଲାପାଳ ଭୀମସେନ ଶବର, ସୁବାସ ଚନ୍ଦ୍ର ରାଇତା, ଖଡିଆଳ ବନଖଣ୍ଡ ଅଧିକାରୀ ଅଜିଜ ଖାନ,ଉପଜିଲ୍ଲାପାଳ ଯୋଗେନ୍ଦ୍ର ମାଝୀ ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ମାନେ ଯୋଗ ଦେଇଥିଲେ।ଜିଲାର ଉନ୍ନୟନ କାର୍ଯ୍ୟ ଉପରେ ସମୀକ୍ଷା କରିବା ସହ ସମୟ ସୀମା ରେ କାର୍ଯ୍ୟ ଶେଷ କରିବାକୁ ଜିଲ୍ଲାପାଳ ନିର୍ଦ୍ଧେଶ ଦେଇଛନ୍ତି।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ