ଜିଲ୍ଲାସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ
ପାରଳାଖେମୁଣ୍ଡି,(ତାରିଣୀ ପ୍ରସାଦ ପଣ୍ଡା ): ଗଜପତି ଜିଲ୍ଲାସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ଗଜପତି ଷ୍ଟାଡ଼ିୟମ ଠାରେ ମହାସମାରୋହରେ ପାଳିତ ହୋଇଯାଇଛି | ଜିଲ୍ଳାସ୍ତରୀୟ ଉତ୍ସବରେ ମତ୍ସ୍ୟ ଓ ପ୍ରାଣୀସମ୍ପଦ, ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଶାନ୍ତି, ମୈତ୍ରୀ, ସମୃଦ୍ଧି ଓ ସ୍ୱାଭିମାନର ପ୍ରତୀକ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ତାଙ୍କର ଅଭିଭାଷଣରେ ଗଜପତି ଜିଲ୍ଲାର ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରପୁର ଅଟେ. ଏଥିସହ କଳା, ସାହିତ୍ୟ, ସଂସ୍କୃତି ଆଦି କ୍ଷେତ୍ରରେ ପାରଳାଖେମୁଣ୍ଡି ସମଗ୍ର ଓଡିଶାରେ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛି. ସ୍ୱତନ୍ତ୍ର ଓଡିଶା ପ୍ରଦେଶ ଗଠନରେ ପାରଳାର ମହାରାଜା ସ୍ବର୍ଗତ କୃଷ୍ଣଚନ୍ଦ୍ର ଗଜପତିଙ୍କ ଅବଦାନ ଅତୁଳନୀୟ ଅଟେ ବୋଲି ମନ୍ତ୍ରୀ ଶ୍ରୀ ମଲ୍ଲିକ ପ୍ରକାଶ କରିବା ସହ ଓଡ଼ିଶାର ପ୍ରଥମ ପ୍ରଧାନମନ୍ତ୍ରୀ କୃଷ୍ଣଚନ୍ଦ୍ର ଗଜପତିଙ୍କ ତ୍ୟାଗ, ଆଦଶ, ଜନସେବା ଆଦିରେ ପ୍ରତେକ ବ୍ୟକ୍ତି ନିଜ ନିଜକୁ ସାମିଲ କରି ଦେଶର ଉନ୍ନତି କରିବା ସହ ସମାଜର ସେବା କରନ୍ତୁ ବୋଲି ଆୱାନ ଦେଇଥିଲେ. ମନ୍ତ୍ରୀ ଶ୍ରୀ ମଲ୍ଲିକ ସ୍ୱାଧୀନତା ଦିବସ ଅବସରରେ ଆୟୋଜିତ ବିଭିନ୍ନ ପ୍ରତିଯୋଗିତା ଏବଂ ପ୍ୟାରେଡ଼ରେ କୃତିତ୍ୱ ହାସଲ କରିଥିବା କୃତିମାନଙ୍କୁ ମାନପତ୍ର ପୁରସ୍କାର ଓ ସିଲଡ଼ ଆଦି ପ୍ରଦାନ କରିଥିଲେ. ଏହି ଉତ୍ସବରେ ଗଜପତି ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲ, ଜିଲ୍ଲା ଏସପି ପ୍ରହଲ୍ଲାଦ ସହାୟ ମୀନା, ପାରଳା ଡ଼ିଏଫଓ କେ. ନାଗରାଜୁଙ୍କ ସମେତ ବହୁ ଜିଲ୍ଲାସ୍ତରୀୟ ଅଧିକାରୀ ଏବଂ ବହୁ ମାନ୍ୟଗଣ୍ୟ ବ୍ୟକ୍ତିବିଶେଷ ଯୋଗ ଦେଇଥିଲେ।


