ଜିଲ୍ଲାସ୍ତରୀୟ ବିପର୍ଯ୍ୟୟ ପରିଚାଳନା ଶିବିର

ନିମାପଡ଼ା,(ସନ୍ତୋଷ କୁମାର ଦାଶ):ପୁରୀ ଜିଲ୍ଲା ନିମାପଡା ବ୍ଲକ ଚାରିଛକ ସ୍ଥିତ ନିଗମାନନ୍ଦ ମହିଳା ମହାବିଦ୍ୟାଳୟ ପରିସରରେ ଓଡିଶା ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ପ୍ରାୟୋଜିତ ଏବଂ ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ ସହଯୋଗରେ ମହାବିଦ୍ୟାଳୟର ଜାତୀୟ ସେବା ଯୋଜନା ଆନୁକୂଲ୍ୟରେ ତ୍ରୀଦିବସୀୟ ଜିଲ୍ଲାସ୍ତରୀୟ ବିପର୍ଯ୍ୟୟ ପରିଚାଳନା ଓ ପ୍ରାଥମିକ ଚିକିତ୍ସା ଶିବିରର ଶୁଭ ଉଦଘାଟନ ହୋଇଯାଇଛି l ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଫେସର ଡ଼ଃ. ଅଶୋକ କୁମାର ବିଶ୍ଵାଳ ଅନୁଷ୍ଠାନିକ ଭାବେ ଏହାର ଶୁଭାରମ୍ଭ କରିଥିଲେ । ସମ୍ମାନୀତ ଅତିଥି ଭାବେ ପୁରୀ ଜିଲ୍ଲା ଜାତୀୟ ସେବା ଯୋଜନା ଅଧିକାରୀ ଡ଼ଃ .ଗୋଲକ ବିହାରୀ ପଲେଇ ଏବଂ ଭୁବନେଶ୍ୱର ସ୍ଥିତ ଓୟୁଏଟିର ଇଟିଆଇ ପ୍ରଶିକ୍ଷକ ନିରୋଦ ବରଣ ଖୁଣ୍ଟିଆ ପ୍ରମୁଖ ଯୋଗଦେଇ ସ୍ବେଚ୍ଛାସେବୀମାନଙ୍କୁ ବିପର୍ଯ୍ୟୟ ପରିଚାଳନା ଓ ପ୍ରାଥମିକ ଚିକିତ୍ସା ଉପରେ ଦିଗଦର୍ଶନ ପ୍ରଦାନ କରିଥିଲେ । ମୁଖ୍ୟ ସାଧନ ବ୍ୟକ୍ତିତ୍ୱ ଭାବେ ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ ଜାତୀୟ ସେବା ଯୋଜନାର ପ୍ରାକ୍ତନ ସଂଯୋଜକ ଡ଼ଃ. ସୁଶାନ୍ତ କୁମାର ପଟ୍ଟନାୟକ ଯୋଗଦେଇଥିଲେ । ମହାବିଦ୍ୟାଳୟ ଜାତୀୟ ସେବା ଯୋଜନା ଅଧିକାରୀ ଅଧ୍ୟାପିକା ଶ୍ରୀମତୀ ମଧୁସ୍ମିତା ମହାପାତ୍ର ଅତିଥି ପରିଚୟ ପ୍ରଦାନ କରିଥିବାବେଳେ ସଂସ୍କୃତ ଅଧ୍ୟାପକ ଶ୍ରୀମାନ ଜୀବନ ଦାଶ ଏହି ସମାରୋହ କୁ ପରିଚାଳନା କରିଥିଲେ ।ଏହି କାର୍ଯ୍ୟକ୍ରମ ରେ ରାଷ୍ଟ୍ରପତି ପୁରସ୍କାର ପ୍ରାପ୍ତ ପ୍ରଶିକ୍ଷକ ଭିକାରି ଚରଣ ସାହୁ, ନୃସିଂହ ମହାପାତ୍ରଙ୍କ ସମେତ ବିଭିନ୍ନ ବିଶ୍ୱବିଦ୍ୟାଳୟ ଏବଂ ମହାବିଦ୍ୟାଳୟର ଜାତୀୟ ସେବା ଯୋଜନା ଅଧିକାରୀ ମାନେ ଯୋଗ ଦେଇଥିଲେ ।ସୂଚନାଯୋଗ୍ୟ ଯେ, ଏହି ଶିବିର ତିନି ଦିନ ପର୍ଯ୍ୟନ୍ତ ଚାଲିବ ।ଏଥିରେ ବିଭିନ୍ନ ବିଶ୍ୱବିଦ୍ୟାଳୟ ଏବଂ ମହାବିଦ୍ୟାଳୟ ରୁ ଦୁଇ ଶହ ସ୍ବେଛାସେବୀ ଅଂଶଗ୍ରହଣ କରିଛନ୍ତି ।କାର୍ଯ୍ୟକ୍ରମ ଶେଷରେ ମହାବିଦ୍ୟାଳୟ ପ୍ରଶାସନିକ ଅଧିକାରୀ ଶ୍ରୀମତୀ କାନନବାଳା ନନ୍ଦ ଧନ୍ୟବାଦ ଅର୍ପଣ କରିଥିଲେ। ଏହି ଉଦଘାଟନ ସମାରୋହରେ ମହାବିଦ୍ୟାଳୟର ସମସ୍ତ ଅଧ୍ୟାପକ, ଅଧ୍ୟାପିକା ଏବଂ କର୍ମଚାରୀ ଉପସ୍ଥିତ ଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ