ପବିତ୍ର ଅକ୍ଷୟ ତୃତୀୟା ପାଳନ ଅବସରରେ ଜିଲ୍ଲାସ୍ତରୀୟ କୃଷକ ଦିବସ-୨୦୨୫

ବାଲେଶ୍ୱର (ସରୋଜ ପଣ୍ଡା): ଓଡ଼ିଶା ସରକାରଙ୍କ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ ଜିଲ୍ଲା ମୁଖ୍ୟ କୃଷି ଅଧିକାରୀଙ୍କ ଆନୁକୂଲ୍ୟରେ ଶେରଗଡ଼ ସ୍ଥିତ ସରକାରୀ ବିହନ ଫାର୍ମ ଠାରେ ପୂର୍ବାହ୍ନ ୯ ଘଟିକା ସମୟରେ ପବିତ୍ର ଅକ୍ଷୟ ତୃତୀୟା ପାଳନ ଅବସରରେ ଜିଲ୍ଲାସ୍ତରୀୟ କୃଷକ ଦିବସ ୨୦୨୫ ପାଳିତ ହୋଇଯାଇଛି। ଏହି ପବିତ୍ର ଦିବସ ପାଳନ ଅବସରରେ ମୁଖ୍ୟ ଅତିଥି ଭାବରେ ବାଲେଶ୍ୱରର ମାନ୍ୟବର ସାଂସଦ ଶ୍ରୀଯୁକ୍ତ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ଯୋଗ ଦେଇଥିଲେ। ଏହି ପବିତ୍ର ଦିବସ ପାଳନ ପରିପ୍ରେକ୍ଷୀରେ ବାଲେଶ୍ୱର ଜିଲ୍ଲାପାଳ ଶ୍ରୀଯୁକ୍ତ ସୂର୍ଯ୍ୟବଂଶୀ ମୟୁର ବିକାଶଙ୍କ ପୌରହିତ୍ୟରେ ଭୂମି ପୂଜନ ହେବା ସଙ୍ଗେ ସଙ୍ଗେ ବାଲେଶ୍ୱରର ମାନ୍ୟବର ସାଂସଦ ଶ୍ରୀଯୁକ୍ତ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ସମେତ ବାଲେଶ୍ୱର ମାନ୍ୟବର ଜିଲ୍ଲାପରିଷଦ ଅଧ୍ୟକ୍ଷ ଶ୍ରୀଯୁକ୍ତ ନାରାୟଣ ପ୍ରଧାନ, ସରକାରୀ ଦଳ ଉପମୁଖ୍ୟ ସଚେତକ ତଥା ମାନ୍ୟବର ରେମୁଣା ବିଧାୟକ ଶ୍ରୀଯୁକ୍ତ ଗୋବିନ୍ଦ ଚନ୍ଦ୍ର ଦାସଙ୍କ ସହଯୋଗରେ ଅଖିମୁଠି ଶୁଭାରମ୍ଭ କରିଥିଲେ। ଏଥିରେ ମାନ୍ୟବର ନୀଳଗିରି ବିଧାୟକ ଶ୍ରୀଯୁକ୍ତ ସନ୍ତୋଷ ଖଟୁଆ ଜମିରେ ହଳ ପ୍ରକ୍ରିୟା କରିଥିବା ବେଳେ ମାନ୍ୟବର ସଦର ବିଧାୟକ ଶ୍ରୀଯୁକ୍ତ ମାନସ କୁମାର ଦତ୍ତ ରେମୁଣା ବ୍ଲକର ମାନ୍ୟବର ଅଧ୍ୟକ୍ଷ ଶ୍ରୀଯୁକ୍ତ ରାଜେନ୍ଦ୍ର ରାଉତଙ୍କ ସମେତ ବିଭିନ୍ନ ବିଭାଗୀୟ ପଦାଧିକାରୀ ଉପସ୍ଥିତ ଥିଲେ। ଏହି ମହାନ ଦିବସରେ ଆୟୋଜିତ ସଭାରେ ମୁଖ୍ୟ ଅତିଥି ସମେତ ଅନ୍ୟାନ୍ୟ ଅତିଥି ମାନଙ୍କ ଉପସ୍ଥିତିରେ ପିଏମ କିସାନ ସହାୟତା ରାଶି ପ୍ରଦାନ କରାଯାଇଥିଲା। ସହାୟତା ରାଶି ଜିଲ୍ଲାରେ ୫୦ ଲକ୍ଷ ରୁ ଉର୍ଦ୍ଧ ଚାଷୀଭାଇ ମାନଙ୍କୁ ପ୍ରଦାନ କରାଯାଇଥିଲା। ଏ ସମସ୍ତ କାର୍ଯ୍ୟକ୍ରମକୁ ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ଶ୍ରୀଯୁକ୍ତ ସୁମନ୍ତ କୁମାର ନାୟକ ସଂଯୋଜନା ଓ ପରିଚାଳନା କରିଥିଲେ।
Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ