ଜିଲ୍ଲାସ୍ତରୀୟ ଶହୀଦ ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି ବୈଠକ

କଟକ, (ଓ୍ବାଇଏନଏସ):  ଜାନୁଆରୀ ୩୦ ତାରିଖ ଜାତିର ପିତା ମହାତ୍ମାଗାନ୍ଧୀଙ୍କ ମହାପ୍ରୟାଣ ଦିବସ ପାଳନ କରିବା ଉପଲକ୍ଷେ ଆଜି କଟକ ସଦର ବିଧାୟକ ଶ୍ରୀ ପ୍ରକାଶ ଚନ୍ଦ୍ର ସେଠୀଙ୍କ ଅଧ୍ୟକ୍ଷତାରେ କଟକ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟଠାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ ଜିଲ୍ଲାପାଳ ଶ୍ରୀ କମଲଜିତ୍ ଦାସ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ପ୍ରଶାନ୍ତ କୁମାର ନାୟକ, ଓରମାସ୍ କଟକର ଯୁଗ୍ମ ମୁଖ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ବିପିନ୍ ବିହାରୀ ରାଉତ, ଜିଲ୍ଲା ସଂସ୍କୃତି ଅଧିକାରୀ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ତଥା ବିଭିନ୍ନ ବିଭାଗୀୟ ଅଧିକାରୀ ଏହି ପ୍ରସ୍ତୁତି ବୈଠକରେ ଉପସ୍ଥିତ ଥିଲେ । ଶହୀଦ ଦିବସ ସକାଳେ ଜାତୀୟ ପତାକା ଉତ୍ତୋଳନ ଏବଂ ସର୍ବଧର୍ମ ପ୍ରାର୍ଥନା ଏବଂ ପରେ ପରେ ଜିଲ୍ଲାସ୍ତରୀୟ ସମାରୋହ ଆୟୋଜିତ ହେବାକୁ ନିଷ୍ପତ୍ତି ନିଆଯାଇଛି । ଏହି ଅବସରରେ ଏକ ପଲ୍ଲିଶ୍ରୀ ମେଳା ଆୟୋଜନ କରାଯିବ ଯେଉଁଥିରେ ପ୍ରାୟ ୮୦ଟି ଷ୍ଟଲ୍ ସ୍ଥାନ ପାଇବ । ପ୍ରତ୍ୟେକ ସଂଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ ହେବ । ପ୍ରକାଶ ଥାଉକି ଏହି ପଲ୍ଲିଶ୍ରୀ ମେଳା ୩୦ ତାରିଖରୁ ୧ ତାରିଖ ପର୍ଯ୍ୟନ୍ତ ଚାଲିବ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ