ଜିଲ୍ଲା ସ୍ତରୀୟ ଓଡିଶା ଦିବସ ପାଳନ ନେଇ ପ୍ରସ୍ତୁତି ବୈଠକ
କେନ୍ଦ୍ରାପଡ଼ା,(ଚିତ୍ତ ରଞ୍ଜନ ଦାଶ):ଆସନ୍ତା ଜିଲ୍ଲାସ୍ତରୀୟ ଓଡିଶା ଦିବସ ପାଳନକୁ ସୁଚାରୁ ଓ ଶୃଙ୍ଖଳିତ ଭାବେ ଆୟୋଜନ କରିବା ନିମନ୍ତେ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଜିଲ୍ଲାପାଳ ରଘୁରାମ ଆର. ଆୟର ଅଧ୍ୟକ୍ଷତା କରିଥିଲେ। ବୈଠକରେ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଅଜାମ୍ବର ମହାନ୍ତି, ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ସୁଧାକର ସାହୁ, ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ରବୀନ୍ଦ୍ର କୁମାର ମାଲିକ, ଉପଜିଲ୍ଲାପାଳ ଅରୁଣ କୁମାର ନାୟକ, କେନ୍ଦ୍ରାପଡ଼ା ପୈାରସଂସ୍ଥାି ନିର୍ବାହୀ ଅଧିକାରୀ ଅଜିତ ନାରାୟଣ ପ୍ରସାଦ ଗିରି, ଜିଲ୍ଲା ଶିକ୍ଷା ଅଧିକାରୀ ପବିତ୍ର ମୋହନ ବାରିକ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଫକିର ମୋହନ ମାଝୀ, ଚିଜିଲ୍ଲା ସଂସ୍କୃତି ଅଧିକାରୀ ତ୍ରିଭୁବନ ଜୟସିଂ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ସୁଷମା ମହାନ୍ତି, ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅଶୋକ ବଳିୟାରସିଂ, ଜିଲ୍ଲା କ୍ରୀଡା ଅଧିକାରୀ ଲୋକନାଥ ପାଣିଗ୍ରାହୀଙ୍କ ସହ ଅନ୍ୟାନ୍ୟ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ରହି ନିଜ ମତାମତ ପ୍ରଦାନ କରିଥିଲେ। ବୈଠକରେ ଓଡିଶା ଦିବସ ଅବସରରେ ପ୍ରଭାତ ଫେରି ଆୟୋଜନ, ସହରରେ ଅବସ୍ଥିତ ବିଭିନ୍ନ ମହାପୁରୁଷଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ, ସାଧାରଣ ସଭା, ବିଭିନ୍ନ ପ୍ରତିଯୋଗିତାର କୃତୀ ଛାତ୍ରଛାତ୍ରୀଙ୍କୁ ପୁରସ୍କାର ବଣ୍ଟନ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ ସମ୍ପର୍କରେ ଆଲୋଚନା ହୋଇଥିଲା। ଜିଲ୍ଲାପାଳ ଶ୍ରୀ ଆୟର ଓଡିଶା ଦିବସ ଏବଂ ଜିଲ୍ଲା ପ୍ରତିଷ୍ଠା ଦିବସକୁ ଶୃଙ୍ଖଳାପୂର୍ଣ୍ଣ ଭାବେ ପାଳନ କରିବା ପାଇଁ ସମସ୍ତ ବିଭାଗୀୟ ଅଧିକାରୀଙ୍କୁ ଅଗ୍ରିମ ପ୍ରସ୍ତୁତି କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଜିଲ୍ଲା ପ୍ରଶାସନ ପକ୍ଷରୁ ଏହାକୁ ସ୍ମରଣୀୟ କରିବାକୁ ସମସ୍ତ ପ୍ରକାର ପ୍ରସ୍ତୁତି ଗ୍ରହଣ କରାଯାଉଛି।


