ଜିଲ୍ଲା ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର

କେନ୍ଦ୍ରାପଡ଼ା,(ଚିତ୍ତ ରଞ୍ଜନ ଦାଶ):କେନ୍ଦ୍ରାପଡ଼ା ପୈାରସଂସ୍ଥା ଟାଉନ ହଲରେ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଜିଲ୍ଲା ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଅଭିଯୋଗ ଶୁଣାଣି ଶିବିରରେ ମୋଟ ୧୧୮ଟି ଅଭିଯୋଗ ପଞ୍ଜିକୃତ ହୋଇଥିଲା। ସେଥିମଧ୍ୟରୁ ୧୦୯ଟି ବ୍ୟକ୍ତିଗତ ହୋଇଥିବା ବେଳେ ୯ଟି ସାମୂହିକ ଅଭିଯୋଗ ରହିଥିଲା। ଏହି ଅବସରରେ ୮ ଜଣଙ୍କୁ ୨୩ ହଜାର ଟଙ୍କାର ସହାୟତା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ପ୍ରଦାନ କରାଯାଇଛି। ଏହି ଅଭିଯୋଗ ଶୁଣାଣି ଶିବିରରେ ଜିଲ୍ଲାପାଳ ରଘୁରାମ ଆର. ଆୟର ଅଭିଯୋଗ ଗୁଡିକର ଶୁଣାଣି କରିଥିବା ବେଳେ ଆରକ୍ଷୀ ଅଧିକ୍ଷକ ସିଦ୍ଧାର୍ଥ କଟ୍ଟାରିଆ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଅଜାମ୍ବର ମହାନ୍ତି, ଅତିରିକ୍ତ ଜିଲ୍ଲାପାଳ(ସାଧାରଣ) ନବକ୍ରିଷ୍ଣ ଜେନା, ଉପଜିଲ୍ଲାପାଳ ଅରୁଣ କୁମାର ନାୟକ, କେନ୍ଦ୍ରାପଡ଼ା ବିଡିଓ ଅଭିଷେକ ସ୍ୱାଇଁ, କେନ୍ଦ୍ରାପଡ଼ା ଭାରପ୍ରାପ୍ତ ତହସିଲଦାର ରବି ନାରାୟଣ ଆଚାର୍ଯ୍ୟ, କେନ୍ଦ୍ରାପଡ଼ା ପୈାରସଂସ୍ଥାର ନିର୍ବାହୀ ଅଧିକାରୀ ଅଜିତ ନାରାୟଣ ପ୍ରସାଦ ଗିରି, ଜିଲ୍ଲା ସଂସ୍କୃତି ଅଧିକାରୀ ତ୍ରିଭୁବନ ଜୟସିଂଙ୍କ ସମେତ ଜିଲ୍ଲାସ୍ତରୀୟ ଅଧିକାରୀ ଓ ଲାଇନ ଡିପାର୍ଟମେଣ୍ଟର ଯନ୍ତ୍ରୀମାନେ ଉପସ୍ଥିତ ରହି ଅଭିଯୋଗ ଗୁଡିକର ଶୁଣାଣିରେ ସହାୟତା କରିଥିଲେ। ଅଭିଯୋଗ ଗୁଡିକର ତୁରନ୍ତ ସମାଧାନ ଉପରେ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବାକୁ ଜିଲ୍ଲାପାଳ ଶ୍ରୀ ଆୟାର ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଆସନ୍ତା ୧୩ ତାରିଖରେ ଗରଦପୁର ବ୍ଲକ କାର୍ଯାଳୟ, ୨୦ରେ ରାଜନଗର ବ୍ଲକ କାର୍ଯ୍ୟାଳୟ ଏବଂ ୨୭ରେ ପଟ୍ଟାମୁଣ୍ଡାଇ ବ୍ଲକ କାର୍ଯ୍ୟାଳୟରେ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହେବ ବୋଲି ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଅଶୋକ ବଳିଆରସିଂହ ସୂଚନା ଦେଇଛନ୍ତି।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ