ଜିଲାସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକ

କେନ୍ଦୁଝର (ପୂର୍ଣ୍ଣଚନ୍ଦ୍ର ମହାନ୍ତ): କେନ୍ଦୁଝର ଜିଲ୍ଲାରେ ଖରିଫ‌ ୨୦୨୫ -୨୬ ବର୍ଷ ପାଇଁଜିଲାସ୍ତରୀୟଧାନସଂଗ୍ରହକମିଟିବୈଠକଜିଲ୍ଲାପାଳଙ୍କକାର୍ଯ୍ୟାଳୟସ୍ଥ ଦରବାର ହଲଠାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଶ୍ରୀ ଵିଶାଲ ସିଂହଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ସାଂସଦ କେନ୍ଦୁଝର ଶ୍ରୀ ଅନନ୍ତ ନାୟକ, ପାଟଣା ବିଧାୟକ ଶ୍ରୀ ଅଖିଳ ଚନ୍ଦ୍ର ନାଏକ, ତେଲକୋଇ ବିଧାୟକ ଡ଼ାଃ ଫକୀର ମୋହନ ନାଏକ, ଆନନ୍ଦପୁର ବିଧାୟକ ଶ୍ରୀ ଅଭିମନ୍ୟୁ ସେଠୀ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରବୀନ୍ଦ୍ର କୁମାର ପ୍ରଧାନ, ଜିଲ୍ଲା  ଯୋଗାଣ ଅଧିକାରୀ ଶ୍ରୀ ପବିତ୍ର କୁମାର ସାହୁ, ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ପ୍ରତିନିଧି ଶ୍ରୀ ପ୍ରକାଶ ଚନ୍ଦ୍ର ସୂତ୍ରଧର,ଚମ୍ପୁଆ ବିଧାୟକଙ୍କ ପ୍ରତିନିଧି ସଂଜୀବ କୁମାର ବେହେରା ଉପସ୍ଥିତ ଥିଲେ। ଆସନ୍ତା ମାସ ଡିସେମ୍ବର ୨୬ ତାରିଖରୁ ପର୍ଯ୍ୟାୟକ୍ରମେ ୭୯୧୦୮ ପଞ୍ଜୀକୃତ ଚାଷୀ ମାନଙ୍କ ଠାରୁ ୯୫ ଗୋଟି ମଣ୍ଡି ଓ ୮୨ ଗୋଟି  ପ୍ୟାକ୍ସ ତଥା ଲ୍ୟାମ୍ପସ ମାଧ୍ୟମରେ ପ୍ରଥମ ପର୍ଯ୍ୟାୟରେ ୧୩,୧୩,୦୦୦ କୁଇଣ୍ଟାଲ ଧାନ ସଂଗ୍ରହ କରାଯିବା ପାଇଁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି ।ଜିଲ୍ଲାପାଳ ଚାଷୀମାନଙ୍କ ସୁବିଧା ପାଇଁ ମଣ୍ଡି ରେ ପର୍ଯ୍ୟାପ୍ତ ସୁବିଧା, ଶୀଘ୍ର ଧାନ ଉଠିବା ପାଇଁ ନିଆଯାଉଥିବା ପଦକ୍ଷେପ ଓ ଚୋରା ଚାଲାଣ ହେଉଥିବା ଧାନ ଗାଡ଼ିକୁ ଜବତ କରିବା ସହ ଗତଥର ମଣ୍ଡିରେ ଉପୁଜିଥିବା ବିଭିନ୍ନ ସମସ୍ୟାରପୁନରାବୃତ୍ତିନଘଟିବା ,ଚାଷୀମାନେ ଯେପରି କଟଣି ଛଟଣୀର ଶିକାର ନହେବେ ସେଥିପ୍ରତି ବିଶେଷ ଧ୍ୟାନ ଦେବା ପାଇଁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ସାଂସଦ ଶ୍ରୀ ନାୟକ ଅଧିକ ଆଦର୍ଶ ମଣ୍ଡି ଖୋଲିବା ପାଇଁ ପ୍ରସ୍ତାବ ଦେଇଥିଲେ। ମାନ୍ୟଵର ବିଧାୟକ ବୃନ୍ଦ ଝୋଟ ବସ୍ତାର ପର୍ଯ୍ୟାପ୍ତ ଯୋଗାଣ,ମଣ୍ଡିରେ ବିଜୁଳି, ଭିତ୍ତିଭୂମି,ଆଶ୍ରୟ ସ୍ଥଳ,ଟୋକନ୍ ସମୟ ସୀମା, ସମସ୍ତ ବ୍ଲକରେ ଓଜନ ମେସିନର ଉପଲବ୍ଧି ଉପରେ ଆଲୋଚନା କରିବା ସହ ଚାଷୀ ପ୍ରତିନିଧି, ମିଲର ତଥା ପ୍ରଶାସନିକ ସହଯୋଗରେ ଚଳିତ ଖରିଫ ଧାନ ସଂଗ୍ରହକୁ ବିନା କୌଣସିଅସୁବିଧାରେ ସମ୍ପନ୍ନ କରିବାକୁ ଆହ୍ୱାନଦେଇଥିଲେ ।ରାଜ୍ୟ ସରକାରଙ୍କ ନିଷ୍ପତ୍ତିକ୍ରମେ ପୂର୍ବ ବର୍ଷ ଭଳି ଚଳିତ ବର୍ଷ ଏଫ୍.ଏ.କ୍ୟୁ ଧାନ ର ସର୍ବନିମ୍ନ ସହାୟକ ମୂଲ୍ୟ ପ୍ରତି କୁଇଣ୍ଟାଲ ପିଛା ୨୩୬୯/- ଟଙ୍କା ଏବଂଗ୍ରେଡ-ଏ ମୂଲ୍ୟ ପ୍ରତି କୁଇଣ୍ଟାଲ ପିଛା ୨୩୮୯/- ଟଙ୍କା ରଖାଯାଇଛି।ପ୍ରତ୍ୟେକ ଧାନ ମଣ୍ଡିରେ ଗୁଣାତ୍ମକ ମାନ ଯାଞ୍ଚ କରିବା ପାଇଁ ବ୍ୟବସ୍ଥା କରାଯିବ । ଏଥିନିମନ୍ତେ ରେଜିଷ୍ଟର ରଖାଯାଇ ମାନ ଯାଞ୍ଚର  ତଥ୍ୟ ଓ କୃଷକ ମାନଙ୍କ ନାମ ଉଲ୍ଲେଖ ରହିବ । ଏଥିନିମନ୍ତେ ପ୍ରାଥମିକ କୃଷି ସମବାୟ ସମିତି ଓ ନିୟନ୍ତ୍ରଣ ବଜାର କମିଟି ସମ୍ପାଦକ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବେ । ସଂଗୃହୀତ ଧାନର ମାନ ନିରୀକ୍ଷଣ କରିବା ପାଇଁ ଯନ୍ତ୍ରର ବ୍ୟବହାର କରାଯିବ ଏବଂ ସମସ୍ତ ମଣ୍ଡି ମାନଙ୍କରେ  ଡିଜିଟାଲ ଆଦ୍ରତା ମାପ ଯନ୍ତ୍ର ଲଗାଯିବ ବୋଲି ଜିଲ୍ଲା ମୁଖ୍ୟ ଯୋଗାଣ ଅଧିକାରୀ ସୂଚନା ଦେଇଥିଲେ । ଅସାଧୁ ବ୍ୟକ୍ତି ଯେପରି ଧାନ ସଂଗ୍ରହ ପ୍ରକ୍ରିୟାରେ ହସ୍ତକ୍ଷେପ ନକରନ୍ତି ଏଥିପ୍ରତି ଧ୍ୟାନ ଦେବାକୁ ମାନ୍ୟବର ବିଧାୟକ ମାନେ ପରାମର୍ଶ ଦେଇଥିଲେ। ଧାନ ସଂଗ୍ରହ କାର୍ଯ୍ୟକୁ ସଫଳ କରାଇବା ପାଇଁ ପ୍ରତିଟି ଆର୍ ଏମ ସିର ଅଧ୍ୟକ୍ଷ ମାନଙ୍କୁ ଗାଆଁ ଗାଆଁ ବୁଲି ଚାଷୀ ମାନଙ୍କ ସହିତ ଉତ୍ତମ ଯୋଗାଯୋଗ ରଖିବା ସହ ଧାନର ଏଫଏକ୍ୟୁ ମାନ ବିଷୟରେ ଚାଷୀଙ୍କୁ ପୂର୍ବରୁ ସଚେତନ କରିବା, ମଣ୍ଡିକୁ ଧାନ ଆସିବାର ଯଥା ସମୟ ପୂର୍ବରୁ ଚାଷୀ ମାନଙ୍କୁ ଟୋକେନ୍ ଦେବା ବ୍ୟବସ୍ଥା କରିବା, କଳାବଜାରୀ ଭଳି ବେଆଇନ କାର୍ଯ୍ୟଗୁଡିକୁ ରୋକିବା ପାଇଁ ବୈଠକରେ ନିଷ୍ପତି ନିଆଯାଇଥିଲାIଏହି ବୈଠକରେ ଅନ୍ୟମାନଙ୍କ ମଧ୍ୟରେଉପ-ଜିଲ୍ଲାପାଳ କେନ୍ଦୁଝର ଶ୍ରୀ ଉମାଶଙ୍କର ଦଳାଇ, ଉପଜିଲ୍ଲାପାଳ ଚମ୍ପୁଆ ଶ୍ରୀ ଉମାକାନ୍ତ ପରିଡା, ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ଶ୍ରୀ ପୃଥିରାଜ ମଣ୍ଡଳ, ଡ଼ିଆରସିଏସ ପର୍ଶୁରାମ ପାତ୍ର, କୃଷକ ପ୍ରତିନିଧି ଓ ଜିଲ୍ଲା ଯୋଗାଣ ବିଭାଗର ସମସ୍ତ ଅଧିକାରୀ ଉପସ୍ଥିତ ଥିଲେ ।
Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ