ଜିଲ୍ଲା ସ୍ତରୀୟ କ୍ରୀଡା ପ୍ରତିଯୋଗିତା

କେନ୍ଦ୍ରାପଡ଼ା, (ଚିତ୍ତ ରଞ୍ଜନ ଦାଶ):ମାଇଁ ଭାରତ ଓ ତ୍ରିପୁରା କ୍ଲବର ମିଳିତ ଆନୁକୂଲ୍ୟରେ ଏକ ଜିଲ୍ଲା ସ୍ତରୀୟ କ୍ରୀଡା ପ୍ରତିଯୋଗିତା କେନ୍ଦ୍ରାପଡା ବ୍ଲକ ଅଧିନ ବଗଡା ସ୍ପୋର୍ଟସ ଏକାଡେମୀ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ କବାଡି, ଭଲିବଲ, ସ୍ଲୋ ସାଇକେଲ, ଏକଶହ ଓ ଦୁଇଶହ ମିଟର ରେସ, ମ୍ୟୁଜିକ ଚେୟାର ପ୍ରଭୃତି ପ୍ରତିଯୋଗିତାମାନ ଅନୁଷ୍ଠିତ ହୋଇଥିଲା। ପ୍ରତିଯୋଗିତାରେ ଜିଲ୍ଲାର ପ୍ରତ୍ୟେକ ବ୍ଲକରୁ ୧୫ରୁ ୨୯ବର୍ଷ ବୟସ ବର୍ଗର କ୍ରୀଡାବିତମାନେ ଅଂଶଗ୍ରହଣ କରିଥିଲେ। ଏହି ପ୍ରତିଯୋଗିତାକୁ କ୍ରୀଡାଶିକ୍ଷକ ଉମାକାନ୍ତ କର ଓ ପ୍ରଫୁଲ୍ଲ ପ୍ରଧାନ ପରିଚାଳନା କରିଥିଲେ। ଏହି ଉପଲକ୍ଷେ ଅନୁଷ୍ଠିତ ପୁରସ୍କାର ବିତରଣ ଉତ୍ସବରେ ମୁଖ୍ୟଅତିଥି ଭାବେ ଜିଲ୍ଲା କ୍ରୀଡା ଅଧିକାରୀ ଲୋକନାଥ ପାଣିଗ୍ରାହୀ ଓ ସମ୍ମାନିତ ଅତିଥି ଭାବେ ମାଇଁ ଭାରତ କେନ୍ଦ୍ରର ଜିଲ୍ଲା ଅଧିକାରୀ ଗୋଲି ତିରୁପତି ରେଡ୍ଡୀ, ବଗଡା ପଞ୍ଚାୟତ ସରପଞ୍ଚ ସୁବନୀ ସାହୁ, ବଗଡା ସ୍ପୋର୍ଟସ ଏକାଡେମୀ ସଭାପତି ସୁବୁଧି ଚରଣ ସାହୁ ଓ ଫକିର ଚରଣ ବାରିକ ପ୍ରମୁଖ ଯୋଗଦେଇ କ୍ରୀଡା ପ୍ରତିଯୋଗିତାର କୃତି ପ୍ରତିଯୋଗୀମାନଙ୍କୁ ପୁରସ୍କୃତ କରିଥିଲେ। ଏହି କୃତି ପ୍ରତିଯୋଗୀମାନେ ରାଜ୍ୟ ସ୍ତରୀୟ ପ୍ରତିଯୋଗିତାରେ ଅଂଶଗ୍ରହଣ କରିବେ। ଏହି କାର୍ଯ୍ୟକ୍ରମକୁ ସ୍ୱେଛାସେବୀ ବିପିନ ବେହୁରା, ରମେଶ ଦାସ, ତୁଷାର ପୃଷ୍ଟି ପ୍ରମୁଖ ପରିଚାଳନା କରିଥିଲେ। ବଗଡା ସ୍ପୋର୍ଟସ ଏକାଡେମୀ ସଭ୍ୟ ଭବାନୀଶଙ୍କର ପତି ଧନ୍ୟବାଦ ଅର୍ପଣ କରିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ