ଜିଲ୍ଲାସ୍ତରୀୟ ‘ବିକଶିତ ଭାରତ ସଂକଳ୍ପ ସଭା’ ଓ ‘ସେବା ଜ୍ୟୋତି ଯାତ୍ରା’ ଅନୁଷ୍ଠିତ

ବାଲେଶ୍ବର(ସରୋଜ ପଣ୍ଡା): ଆଜି ପୂର୍ବାହ୍ନ ୧୦.୦୦ ଘଟିକା ସମୟରେ ସ୍ଥାନୀୟ ମିଶନ ପଡ଼ିଆରେ ‘ସେବା ସଂକଳ୍ପ ଅଭିଯାନ-୨୦୨୬’ ପରିପ୍ରେକ୍ଷୀରେ ଜିଲ୍ଲା କ୍ରୀଡା ବିଭାଗ ପକ୍ଷରୁ ବାଲେଶ୍ୱର ଠାରେ ଜିଲ୍ଲା ସ୍ତରୀୟ ‘ବିକଶିତ ଭାରତ ସଂକଳ୍ପ ସଭା’ ଓ ‘ସେବା ଜ୍ୟୋତି ଯାତ୍ରା’ ଉତ୍ସାହ ଓ ଉଦ୍ଦୀପନାର ସହ ଅନୁଷ୍ଠିତ ହୋଇଯାଇଛି।  ଏହି ଅବସରରେ ମାନ୍ୟବର ବାଲେଶ୍ୱର ସାଂସଦ ଶ୍ରୀଯୁକ୍ତ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ, ସରକାରୀ ଦଳର ଉପମୁଖ୍ୟ ସଚେତକ ତଥା ମାନ୍ୟବର ରେମୁଣା ବିଧାୟକ ଶ୍ରୀଯୁକ୍ତ ଗୋବିନ୍ଦ ଚନ୍ଦ୍ର ଦାସ, ଜିଲ୍ଲା ଯୋଜନା କମିଟି ଅଧ୍ୟକ୍ଷ ତଥା ମାନ୍ୟବର ସିମୁଳିଆ ବିଧାୟକ ଶ୍ରୀଯୁକ୍ତ ପଦ୍ମଲୋଚନ ପଣ୍ଡା, ମାନ୍ୟବର ନୀଳଗିରି ବିଧାୟକ ଶ୍ରୀଯୁକ୍ତ ସନ୍ତୋଷ ଖଟୁଆ ଏବଂ ମାନ୍ୟବର ବାଲେଶ୍ୱର ବିଧାୟକ ଶ୍ରୀଯୁକ୍ତ ମାନସ କୁମାର ଦତ୍ତ ପ୍ରମୁଖ ଯୋଗଦେଇଥିଲେ। ସଭାରେ ବକ୍ତାମାନେ ସରକାରଙ୍କ ବିଭିନ୍ନ ଜନକଲ୍ୟାଣମୂଳକ ଯୋଜନା, ବିକାଶମୂଳକ କାର୍ଯ୍ୟକ୍ରମ ଓ ଲୋକଙ୍କ ନିକଟରେ ସରକାରୀ ସେବା ପହଞ୍ଚାଇବାରେ ‘ସେବା ସଂକଳ୍ପ ଅଭିଯାନ’ର ଗୁରୁତ୍ୱ ସମ୍ପର୍କରେ ଆଲୋକପାତ କରିଥିଲେ। ଦେଶକୁ ବିକଶିତ ରାଷ୍ଟ୍ର ଭାବେ ଗଢ଼ି ତୋଳିବା ପାଇଁ ସମସ୍ତଙ୍କ ସହଭାଗିତା ଓ ସଂକଳ୍ପର ଆବଶ୍ୟକତା ଉପରେ ମଧ୍ୟ ଗୁରୁତ୍ୱ ଦିଆଯାଇଥିଲା। ଏହି କାର୍ଯ୍ୟକ୍ରମ ସହିତ ସେବା ଜ୍ୟୋତି ଯାତ୍ରା ମିଶନ ଫିଲ୍ଡରୁ ଆରମ୍ଭ ହୋଇ ଏଡିଏମ୍ ଛକ, ଷ୍ଟେସନ ଛକ, ଫକୀର ମୋହନ ଛକ, ଫାଣ୍ଡି ଛକ ଦେଇ ପୁନର୍ବାର ମିଶନ ଫିଲ୍ଡରେ ପହଞ୍ଚିଥିଲା। ଯାତ୍ରାରେ ବିଭିନ୍ନ ବର୍ଗର ଲୋକେ ଉତ୍ସାହର ସହ ଅଂଶଗ୍ରହଣ କରିଥିଲେ। ପରେ ମିଶନ ଫିଲ୍ଡଠାରେ ଆୟୋଜିତ ସାଂସ୍କୃତିକ କାର୍ଯ୍ୟକ୍ରମରେ କଳାକାରମାନେ ବିଭିନ୍ନ ଆକର୍ଷଣୀୟ ପରିବେଷଣ ମାଧ୍ୟମରେ ଦର୍ଶକଙ୍କ ମନ ମୋହିଥିଲେ। ଏହି ଅବସରରେ ଦିଲ୍ଲୀରୁ ଭାରତର ପ୍ରଧାନମନ୍ତ୍ରୀ ଭର୍ଚୁଆଲ୍ ମାଧ୍ୟମରେ ସଂଯୁକ୍ତ ହୋଇ ଦେଶବାସୀଙ୍କୁ ସମ୍ବୋଧିତ ବିକଶିତ ଭାରତକୁ ବିଶ୍ୱ ଦରବାରରେ ତୃତୀୟ ଅର୍ଥନୀତି ରାଷ୍ଟ୍ର ଭାବରେ ଗଢ଼ି ତୋଳିବା ପାଇଁ ଜନ ସାଧାରଣଙ୍କୁ ପ୍ରେରଣା ପ୍ରଦାନ କରିଥିଲେ।
Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ