ଗୁଡାରିରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର
ଗୁଣପୁର,(ୱାଇଏନଏସ): ଗୁଣପୁର ଉପଖଣ୍ଡ ଅନ୍ତର୍ଗତ ଗୁଡାରି ବ୍ଲକ ସଭାଗୃହରେ ଜିଲ୍ଲାପାଳ ଆଶୁତୋଷ କୁଲକର୍ଣ୍ଣିଙ୍କ ଅଧ୍ୟକ୍ଷତା ରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ମୋଟ ୬୩ଟି ଅଭିଯୋଗ ର ଶୁଣାଣୀ ହୋଇଥିବା ବେଳେ, ସେଥିରୁ ଟି ୫୭ ବ୍ୟକ୍ତିଗତ,୦୬ଟି ସାମୁହିକ ଦରଖାସ୍ତ ପଞ୍ଜିକରଣ ହୋଇଥିଲା । ଜିଲ୍ଲାପାଳ ଆଲଲ ତିନି ଜଣଙ୍କୁ ୫୦ହଜାର ଟଙ୍କାର ଆର୍ଥିକ ସାହାଯ୍ୟ ପ୍ରଦାନ କରିଥିଲେ । ଜିଲ୍ଲାପାଳ ସମସ୍ତ ଦରଖାସ୍ତ ଗ୍ରହଣ ପରେ ସେ ଗୁଡିକୁ ତଦନ୍ତ କରି ତୁରନ୍ତ ପଦକ୍ଷେପ ନେବା ନିମନ୍ତେ ସମ୍ପୃକ୍ତ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ପଦକ୍ଷେପର ବିବରଣୀ ଜିଲ୍ଲା କାର୍ଯ୍ୟାଳୟକୁ ଜଣାଇବା ନିମନ୍ତେ ମଧ୍ୟ କହିଥିଲେ । ଏହି ଅଭିଯୋଗ ଶିବିରରେ ଅତିରିକ୍ତ ଆରକ୍ଷୀ ଅଧିକ୍ଷକାରୀ ଗୋଷୁନର ବାର୍ଲା, ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ, ରାୟଗଡ ଅକ୍ଷୟ କୁମାର ଖେମୁଣ୍ଡୁ, ଗୁଣପୁର ଉପ ଜିଲ୍ଲାପାଳ ଦୁଧାଲ ଅଭିଷେକ ଦିଲୀପ, ଜିଲ୍ଲା ମୁଖ୍ୟ ଚିକିତ୍ସା ତଥା ଜନ ସ୍ଵାସ୍ଥ୍ୟ ଅଧିକାରୀ ଭି ସରଜୋନୀ ଦେବୀ, ଗୁଣପୁର ଆଦିବାସୀ ଉନ୍ନୟନ ସଂସ୍ଥା ପ୍ରକଳ୍ପ ପ୍ରଶାସକ ଅଜୟ କୁମାର ପ୍ରଧାନ, ଯୋଗଦେଇ ସମସ୍ତ ଅଭିଯୋଗର ଶୁଣାଣୀ କରିଥିଲେ। ଅବକାରୀ ନିରିକ୍ଷକ ସନ୍ତୋଶ କୁମାର ଧଳ ସାମନ୍ତ, ଗୁଣପୁର ଉପଖଣ୍ଡ ଆରକ୍ଷୀ ଅଧିକାରୀ ବାବୁଲି ନାୟକ, ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଧନଞ୍ଜୟ ବେହେରା, ଲିଡ଼ ବ୍ୟାଙ୍କ ଅଧିକାରୀ ଦେବେନ୍ଦ୍ର ବାଉରୀଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ଯୋଗ ଦେଇଥିଲେ । ଗୁଡାରି ଗୋଷ୍ଠୀ ଉନ୍ନୟନ ଅଧିକାରୀ ସୁଚିସ୍ମିତା ବେହେରାଙ୍କ ତତ୍ୱାବଧାନରେ ଅନୁଷ୍ଠୀତ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ତହସିଲଦାର ଆଡାଲା ସ୍ନେହଲତା ଗୁଡାରି ଥାନା ଅଧିକାରୀ ପ୍ରମୁଖ ପରିଚାଳନା କରିଥିଲେ ।


