ଜିଲ୍ଳାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ
କଟକ (ଓ୍ବାଇଏନଏସ): ମାହାଙ୍ଗା ବ୍ଲକ କାର୍ଯ୍ୟାଳୟ ଠାରେ ଆଜି ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଓ ଜିଲ୍ଲା ମଜିଷ୍ଟ୍ରେଟ,ଶ୍ରୀ ଦତ୍ତାତ୍ରୟ ଭାଉସାହେବ ଶିନ୍ଦେଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଜନ ଅଭିଯୋଗ ଶୁଣାଣିରେ ସମୁଦାୟ ୧୮୯ଟି ଅଭିଯୋଗ ହସ୍ତଗତ ହୋଇଥିବାବେଳେ ତନ୍ମଧ୍ୟରେ ୧୮୨ଟି ବ୍ୟକ୍ତିଗତ ଅଭିଯୋଗ ଏବଂ ୭ଗୋଟି ସାମୁହିକ ଅଭିଯୋଗ ରହିଥିଲା । ଅଭିଯୋଗ ଶୁଣାଣି ଶିବିରରେ ୪୨ଟି ଅଭିଯୋଗର ତ୍ୱରିତ ସମାଧାନ ନିମନ୍ତେ ବିହିତ ପଦକ୍ଷେପ ଗ୍ରହଣ କରାଯାଇଥିଲା । ଆଜିର ଏହି ଶୁଣାଣି ଅବସରରେ ରେଡକ୍ରସ ପାଣ୍ଠିରୁ ସହାୟତା ଗୋଟିଏ ନିମନ୍ତେ ଆବେଦନ ଗ୍ରହଣ କରାଯାଇଥିଲା । ଏହି ଅଭିଯୋଗ ଶୁଣାଣି କାଳରେ ଅତିରିକ୍ତ ପୋଲିସ ଆରକ୍ଷୀ ଅଧିକ୍ଷକ,ଗ୍ରାମାଞ୍ଚଳ ଶ୍ରୀ ପ୍ରଦୀପ କୁମାର ସାହୁ,ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ଶ୍ରୀ ପ୍ରଶାନ୍ତ କୁମାର ନାୟକ, ଉପଜିଲ୍ଲାପାଳ କଟକ ସଦର ଶ୍ରୀ ଦିବ୍ୟଜ୍ୟୋତି ସ୍ମୃତିରଞ୍ଜନ ଦେଓଙ୍କ ସମେତ ଅନ୍ୟାନ୍ୟ ବିଭାଗୀୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ । ଏଠାରେ ସୂଚନାଯୋଗ୍ୟ ଆସନ୍ତା ସୋମବାର ତା୨୯. ୧୨. ୨୦୨୫ରିଖରେ ସାଲେପୁର ବ୍ଲକ୍ଠାରେ ଜିଲ୍ଳାପାଳଙ୍କଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ ।


