ଜିଲ୍ଳାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ

କଟକ, (ଓ୍ବାଇଏନଏସ): କଟକ ସାଲେପୁର ବ୍ଲକ୍ କାର୍ଯ୍ୟାଳୟଠାରେ ଆଜି ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଶ୍ରୀ ଦତ୍ତାତ୍ରୟ ଭାଉସାହେବ ଶିନ୍ଦେଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଜନ ଅଭିଯୋଗ ଶୁଣାଣିରେ ସମୁଦାୟ ୧୭୪ଟି ଅଭିଯୋଗ ହସ୍ତଗତ ହୋଇଥିବାବେଳେ ତନ୍ମଧ୍ୟରେ ୧୬୨ଟି  ବ୍ୟକ୍ତିଗତ ଅଭିଯୋଗ ଏବଂ ୧୨ଗୋଟି ସାମୁହିକ ଅଭିଯୋଗ ରହିଥିଲା । ଅଭିଯୋଗ ଶୁଣାଣି ଶିବିରରେ ୨୫ଟି ଅଭିଯୋଗର ତ୍ୱରିତ ସମାଧାନ ନିମନ୍ତେ ବିହିତ ପଦକ୍ଷେପ ଗ୍ରହଣ କରାଯାଇଥିଲା । ଏହି ଅଭିଯୋଗ ଶୁଣାଣି କାଳରେ ପୋଲିସ୍ ଆରକ୍ଷୀ ଅଧିକ୍ଷକ (ଗ୍ରାମାଂଚଳ) ଶ୍ରୀ ବିନୀତ ୍ ଅଗ୍ରୱାଲ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଶିବ ଟପୋ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଶ୍ରୀ ପ୍ରଶାନ୍ତ କୁମାର ନାୟକ ଏବଂ ଅନ୍ୟାନ୍ୟ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ ।  ଏଥିସହ ପାନୀୟ ଜଳ, ବାର୍ଦ୍ଧକ୍ୟ ଭତ୍ତା, ଭିନ୍ନକ୍ଷମ ଭତ୍ତା, ସ୍ୱାସ୍ଥ୍ୟ, ଶିକ୍ଷା, କୃଷି, ପ୍ରାଣୀ ସମ୍ପଦ ଆଦି ସମ୍ପର୍କିତ ବିଭିନ୍ନ ପଞ୍ଜିକୃତ ଅଭିଯୋଗର ଶୁଣାଣି ପରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନିମନ୍ତେ ବିଭିନ୍ନ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଏଠାରେ ସୂଚନାଯୋଗ୍ୟ ଆସନ୍ତା ୦୫ ତାରିଖରେ ବାରଙ୍ଗ ବ୍ଲକ୍‌ଠାରେ ଜିଲ୍ଳାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ