ଡିଜେ ଗାଡ଼ି ଉପରେ ଲାଗିଲା ଅଙ୍କୁଶ : ନିୟମ ଖିଲାପ କଲେ ଜରିମାନା ସହ ରଦ୍ଦ ହେବ ପଞ୍ଜିକରଣ ଓ ଫିଟନେସ୍

ଭୁବନେଶ୍ୱର (ସମୀର ରଞ୍ଜନ ନାୟକ ): ବିଗତ କିଛି ଦିନ ମଧ୍ୟରେ ବେଆଇନ ଡିଜେ ଗାଡ଼ି ଯୋଗୁଁ ସାମ୍ନାକୁ ଆସିଥିବା ଅଘଟଣକୁ ନେଇ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ଗଭୀର ଚିନ୍ତାପ୍ରକଟ କରିଛନ୍ତି । ଏହି ଡିଜେ ଯାନ ଗୁଡ଼ିକ ବେଆଇନ ଭାବେ ଯାନର ଷ୍ଟ୍ରକଚର୍ ବା ମୂଳଢାଞ୍ଚାରେ କରୁଥିବା ପରିବର୍ତ୍ତନ, ଯାନର ଉଚ୍ଚତା, ଲମ୍ବ ଏବଂ ପ୍ରସ୍ଥରେ ପରିବର୍ତ୍ତନ, ଯାନରେ ଲଗାଉଥିବା ଅତି ଉଚ୍ଚ ସ୍ୱରର ଲାଉଡ ସ୍ପିକର ଏବଂ ଚିକମିକ୍ କରୁଥିବା ବେଆଇନ ଆଲୋକ ଇତ୍ୟାଦିକୁ ରୋକିବା ନିମନ୍ତେ ଏଣିକି କଠୋର ଆଭିମୂଖ୍ୟ ଗ୍ରହଣ କରିବ ପରିବହନ ବିଭାଗ ।ଡିଜେ ଗାଡ଼ି ପାଇଁ ରାଜ୍ୟ ପରିବହନ ପ୍ରାଧିକରଣ(STA)ର କଟକଣା । ମୂଳଢାଞ୍ଚାକୁ ବେଆଇନ ପରିବର୍ତ୍ତନ ବିରୋଧରେ ସର୍କୁଲାର ଜାରି । ଗାଡ଼ିର ମୂଳ ଢାଞ୍ଚାରେ ପରିବର୍ତ୍ତନ ଓ ନିୟମ ଉଲ୍ଲଙ୍ଘନ କଲେ ହେବ ଆକ୍ସନ୍ । ନିର୍ଦ୍ଧାରିତ ସୀମା ପାର ଶବ୍ଦ ଏବଂ ଆଲୋକ ବ୍ୟବସ୍ଥା ଉପରେ କଟକଣା । ଆଇନ ଅନୁଯାୟୀ ଜରିମାନା ସହ ପଞ୍ଜୀକରଣ ଓ ଫିଟନେସ୍ ରଦ୍ଦ ହେବ । ଯାନରେ ଡିଜେ ସିଷ୍ଟମ, ଆମ୍ପ୍ଲିଫାୟର୍, ମିକ୍ସର, ଲେଜର ଲାଇଟ୍ କଣ୍ଟ୍ରୋଲର୍ ବେଆଇ । ସାର୍ବଜନୀନ ସ୍ଥାନରେ ବେଆଇନ ବ୍ୟବହାର ବିରୋଧରେ ବି ଚେତାବନୀଡିଜେ ଗାଡ଼ିର ଶବ୍ଦ, ଆଲୋକ ଅନ୍ୟ ସଡ଼କ ବ୍ୟବହାରକାରୀଙ୍କ ପାଇଁ ବିପଦ ।ଲୋକଙ୍କ ସୁରକ୍ଷା ପାଇଁ ଏହି ଅସୁରକ୍ଷିତ ଡିଜେ ଗାଡ଼ିକୁ ରୋକିବା ଆବଶ୍ୟକ । ପାର୍ବଣ ଋତୁରେ ଏଭଳି ବେଆଇନ ଯାନକୁ ବ୍ୟବହାର ନକରିବାକୁ ଅନୁରୋଧ । ଏଥିସହ ପୋଲିସ ବିଭାଗର ମଧ୍ୟ ସହଯୋଗ ଲୋଡ଼ିଲା STA । ସମସ୍ତ RTOଙ୍କୁ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ ଦେଲା STA । ଡିଜେ ଗାଡ଼ି ଜବତ ସହ ଆଇନଗତ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ