ଅଦାଲତ ପରିସରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଚିତ୍ରାଙ୍କନ ପ୍ରତିଯୋଗିତା

ବୁଗୁଡ଼ା (ଅନୀଲ କୁମାର ମହାରଣା): ବୁଗୁଡ଼ା ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ଅଦାଲତ ପରିସରେ ୨୩/୧୧/୨୫ ତାରିଖ ରବିବାର ଦିନ ଓଡିଶା ଆଇନ ସେବା ପ୍ରାଧିକରଣ ପକ୍ଷରୁ ବୁଗୁଡ଼ା ଅଞ୍ଚଳର ବିଭିନ୍ନ ଶିକ୍ଷାନୁଷ୍ଠାନର ଛାତ୍ରଛାତ୍ରୀ ବୃନ୍ଦଙ୍କୁ ନେଇ ଏକ ଚିତ୍ରାଙ୍କନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ପ୍ରଥମଶ୍ରେଣୀ ବିଚାର ବିଭାଗୀୟ ଅଦାଲତର ବିଚାରପତି ତଥା ତାଲୁକା ଆଇନ ସେବା ପ୍ରାଧିକରଣର ଅଧ୍ୟକ୍ଷା ସୁଶ୍ରୀ ସୁଦ୍ଧା ଶ୍ରୀ ସୂର୍ଯଲିଆ ଙ୍କ ତତ୍ତ୍ଵାବଧାନରେ ଅନୁଷ୍ଠିତ ହୋଇଥିବା ଏହି ଚିତ୍ରାଙ୍କନ ପ୍ରତିଯୋଗୀତାରେ ୪୫ ଜଣ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିଲେ। ଏହି ପ୍ରତିଯୋଗୀତାର ଫଳାଫଳ ବ୍ରହ୍ମପୁର ଡିଏଲସି ରେ ହେବାକୁ ଥିବା ବେଳେ ସମସ୍ତ ଛାତ୍ରଛାତ୍ରୀମାନଙ୍କୁ ସାନ୍ତ୍ବନା ମୂଳକ ପୁରସ୍କାର ପ୍ରଦାନ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ କୋର୍ଟର ସମସ୍ତ କର୍ମଚାରୀ ଓ ପେନାଲ ଓକିଲ ବୃନ୍ଦ ଉପସ୍ଥିତ ଥିଲେ।
Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ