ନୂତନ ରାସନ କାର୍ଡ ପ୍ରସ୍ତୁତି ନିମନ୍ତେ ଇ-କେୱାଇସି ଯାଞ୍ଚ ଜରୁରୀ

କେନ୍ଦ୍ରାପଡ଼ା (ଚିତ୍ତରଞ୍ଜନ ଦାଶ): ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ନୂତନ ରାସନ କାର୍ଡ ପାଇଁ ଆବେଦନ କରିଥିବା ସମସ୍ତ ଆବେଦନକାରୀଙ୍କ ଯାଞ୍ଚ ତଥା କ୍ଷେତ୍ର ତର୍ଜମା ପରେ ଯୋଗ୍ୟ ହିତାଧିକାରୀଙ୍କ ପାଇଁ ବର୍ତ୍ତମାନ ନୂତନ ରାସନ କାର୍ଡ ପ୍ରସ୍ତୁତ କରାଯାଉଛି । ଏହି ପରିପ୍ରେକ୍ଷୀରେ ନୂତନ ରାସନ କାର୍ଡ ପ୍ରସ୍ତୁତି ନିମନ୍ତେ ପରିବାରର ସମସ୍ତ ସଦସ୍ୟଙ୍କ ଇ-କେୱାଇସି ଯାଞ୍ଚ ନିହାତି ଜରୁରୀ ଅଟେ । ଏଣୁ ଜିଲ୍ଲାର ସମସ୍ତ ଆବେଦନକାରୀ ନିଜ ବ୍ଲକ କିମ୍ବା ପୌରାଞ୍ଚଳରେ ଥିବା ଯୋଗାଣ ନିରୀକ୍ଷକଙ୍କ ସହ ଯୋଗାଯୋଗ କରି ଯଥାଶୀଘ୍ର ଇ-କେୱାଇସି ଯାଞ୍ଚ କରାଇ ନେବାକୁ ଜିଲ୍ଲା ପ୍ରଶାସନ ପକ୍ଷରୁ ଅନୁରୋଧ କରାଯାଇଛି । ସୂଚନାଯୋଗ୍ୟ ଯେ ରାଜ୍ୟ ସରକାରଙ୍କ ଆଭିମୁଖ୍ୟ ରହିଛି ଯେପରି କୌଣସି ଯୋଗ୍ୟ ହିତାଧିକାରୀ ରାସନ କାର୍ଡ ପାଇବାରୁ ବଞ୍ôଚତ ନହୁଅନ୍ତି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ