ସର୍ଦ୍ଦାର ପଟେଲଙ୍କ ୧୫୦ତମ ଜନ୍ମ ବାର୍ଷିକୀ ଉପଲକ୍ଷେ ଏକତା ଯାତ୍ରା

ପୋଲସରା (ଅନୀଲ କୁମାର ମହାରଣା): ପୋଲସରାରେ ଭାରତର ପ୍ରଥମ ଉପ-ପ୍ରଧାନମନ୍ତ୍ରୀ, ଲୌହ ମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ୧୫୦ତମ ଜନ୍ମ ବାର୍ଷିକୀ ଅବସରରେ ଏକତା ଯାତ୍ରା ଅନୁଷ୍ଠିତ ହୋଇଯାଇଛି। ବ୍ଳକ ପ୍ରସାଶନ ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମ ପୋଲସରା ବିଡ଼ିଓ ଶଶିଭୂଷଣ ମହାପାତ୍ରଙ୍କ ତତ୍ତ୍ୱାବଧାନ ଓ ଅଧକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଶରଣ ଶ୍ରୀକ୍ଷେତ୍ର ମାରଦା ମନ୍ଦିର ନିକଟସ୍ଥ ପେଟ୍ରୋଲ ପମ୍ପ ଠାରୁ ଏକତା ଯାତ୍ରା ଆରମ୍ଭ ହୋଇ ୭ କିଲୋମିଟର ରାସ୍ତା ପୋଲସରା ମୁଖ୍ୟ ସଡ଼କ ଦେଇ ରାଣୀପଡା ଶିବ ମନ୍ଦିର ଠାରେ ପହଞ୍ଚି ସେଠାରେ ବୃକ୍ଷ ରୋପଣ କରିବା ପରେ ଲୁଣିଘାଟି ପଡ଼ିଆରେ ସଭା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ଏବଂ ଅଣୁ, କ୍ଷୁଦ୍ର ଓ ମଧ୍ଯମ ଉଦ୍ୟୋଗ ବିଭାଗ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଓ ଆସିକା ସାଂସଦ ଅନିତା ଶୁଭଦର୍ଶନୀ ପଟ୍ଟନାୟକ ଏବଂ ସମ୍ମାନୀତ ଅତିଥି ଭାବେ ଡିୟୁଡିଏ ପ୍ରକଳ୍ପ ନିର୍ଦ୍ଦେଶକ ସୁନିଲ କୁମାର କେର୍କେଟା, ଛତ୍ରପୁର ଉପଜିଲ୍ଲାପାଳ ଶୁଭାଶିଷ ବରାଳ, ପୋଲସରା ତହସିଲଦାର ଦିପ୍ତିମୟୀ ପାତ୍ର, ବ୍ଳକ ଅଧ୍ୟକ୍ଷା କଳ୍ପନା କୁମାରୀ ପ୍ରଧାନ, ଏନ୍ଏସି ଅଧ୍ୟକ୍ଷା ସଂଗୀତା ବେହେରା, ଉପାଧ୍ୟକ୍ଷ ସନ୍ତୋଷ କୁମାର ବେହେରା ପ୍ରମୁଖ ଯୋଗଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ପୋଲସରା ପୋଲିସ ଆଇଆଇସି କୌଶିକ ମାଝୀ, ବିଇଓ ଶ୍ରୀଧରବାବୁ ଖଡଙ୍ଗା, ପୋଲସରା ବନାଞ୍ଚଳ ଅଧିକାରୀ ଅନିଲ କୁମାର ପଣ୍ଡା, ସିଡିପିଓ ତିଳୋତ୍ତମା ରାଉତ ପ୍ରମୁଖ ଅଫିସର ବୃନ୍ଦ ଯୋଗଦେଇଥିଲେ। ଅତିଥି ବୃନ୍ଦ ବୃହତ୍ତ ଭାରତ ଗଠନ କରିବାରେ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ଅବଦାନ ବିଷୟରେ ଆଲୋକପାତ କରିଥିଲେ। ଅକ୍ଟୋବର ୩୧ ଠାରୁ ନଭେମ୍ବର ୧୫ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ ମାଧ୍ୟମରେ ଏକତା ସୃଷ୍ଟି କରିବା ହେଉଛି ମୁଖ୍ୟ ଲକ୍ଷ ବୋଲି ପ୍ରକାଶ କରିଥିଲେ। ଏଥି ସହିତ ପୋଲସରା ନିର୍ବାଚନ ମଣ୍ଡଳୀକୁ ଏକ ବିକଶିତ ନିର୍ବାଚନ ମଣ୍ଡଳୀ ଭାବେ ଗଠନ କରିବା ପାଇଁ ମନ୍ତ୍ରୀ ଓ ସାଂସଦ ସମସ୍ତଙ୍କ ସହଯୋଗ ଲୋଡିଥିଲେ। ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ଓ ସହଯୋଗ କରିଥିବା ବ୍ଯକ୍ତି ବିଶେଷଙ୍କୁ ଅତିଥିମାନଙ୍କ ଦ୍ବାରା ସମ୍ମାନୀତ କରାଯାଇଥିଲା। ଶେଷରେ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ