ଗାଡ଼ି ଧକ୍କାରେ ବୃଦ୍ଧଙ୍କ ମୃତ୍ୟୁ
ଦିଗପହଣ୍ଡି(ଅଳକ ନାଥ ମିଶ୍ର) ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି – ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥ ଧର୍ମପୁର ଗ୍ରାମ ମୁଖ୍ୟରାସ୍ତା ରେ ଶନିବାର ସନ୍ଧ୍ୟାରେ କୌଣସି ଏକ ଗାଡ଼ି ଧକ୍କାରେ ଜଣେ ବୃଦ୍ଧ ଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ବୃଦ୍ଧ ଜଣକ ହେଲେ ସାନଖେମୁଣ୍ଡି ବ୍ଲକ ଧର୍ମପୁର ଗ୍ରାମର ସାହେବ ଗୌଡ଼ (୬୩) । ସାହେବ ଶନିବାର ସନ୍ଧ୍ୟା ପ୍ରାୟ ସାଢେ ୬ ଟାରେ ଗାଁ ପୋଖରୀ କୁ ଗାଧୋଇବା ପାଇଁ ରାସ୍ତା ପାର ହେଉଥିବା ବେଳେ ଗାଁ ଶ୍ମଶାନ ନିକଟ ରାସ୍ତା ରେ କୌଣସି ଗାଡ଼ି ଦ୍ରୁତଗତି ରେ ଆସି ତାଙ୍କୁ ଧକ୍କା ଦେଇ ଚାଲିଯାଇଥିଲା। ସାହେବ ଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଥିବାରୁ ପରିବାର ଲୋକେ ତାଙ୍କୁ ଚେତାଶୂନ୍ୟ ଅବସ୍ଥାରେ ଦିଗପହଣ୍ଡି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ରେ ଭର୍ତ୍ତି କରିଥିଲେ।ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏନେଇ ଏତଲା ହେବାପରେ ପାଟପୁର ଥାନା ଆଇଆଇସି ଦୀପ୍ତି ରଞ୍ଜନ ବେହେରା ମକଦ୍ଦମା ରୁଜୁ କରିଛନ୍ତି। ତଦନ୍ତକାରୀ ଅଧିକାରୀ ପୋଡ଼ାମାରି ଫାଣ୍ଡି ଏଏସଆଇ ପ୍ରଭାତ କୁମାର ବାଲିକାନା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ରୁ ମୃତଦେହ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ଼ ଡାକ୍ତରଖାନା କୁ ପଠାଇଛନ୍ତି।ରବିବାର ସକାଳେ ମୃତଦେହ ବ୍ୟବଚ୍ଛେଦ ହେବାପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯିବ ବୋଲି ତଦନ୍ତକାରୀ ଅଧିକାରୀ ଜଣାଇଛନ୍ତି।


