ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ମିଳିତ ଜନଶୁଣାଣୀ

 ବାଲେଶ୍ବର(ସରୋଜ ପଣ୍ଡା): ବାଲେଶ୍ୱର ଜିଲ୍ଲାର ଭୋଗରାଇ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷରେ ବାଲେଶ୍ୱର ଜିଲ୍ଲାପାଳ  ଓ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ଜନଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି। ଭୋଗରାଇ ପଞ୍ଚାୟତ ସମିତି ଅଧୀନସ୍ଥ ବିଭିନ୍ନ ଗ୍ରାମ ପଞ୍ଚାୟତରୁ ୧୪୯ ଜଣ ଅଭିଯୋଗକାରୀ ନିଜର ଅଭିଯୋଗ ଫର୍ଦ୍ଦ ଉପସ୍ଥାପନ କରିଥିଲେ। ସେଥି ମଧ୍ୟରୁ ୧୨୨ ଗୋଟି ବ୍ୟକ୍ତିଗତ ଓ ୨୭ ଗୋଟି ସାମୁହିକ ଅଭିଯୋଗ ସମ୍ପର୍କିତ ଥିଲା  I ଏହି ମିଳିତ ଜନଶୁଣାଣୀ କାର୍ଯ୍ୟକ୍ରମରେ ୭ ଗୋଟି ଅଭିଯୋଗର ତତ୍କାଳ ସମାଧାନ କରାଯାଇଥିଲା I ଏହି କାର୍ଯ୍ୟକ୍ରମରେ ବାଲେଶ୍ୱର ଆରକ୍ଷୀ ଅଧିକ୍ଷକ, ଶ୍ରୀଯୁକ୍ତ ପ୍ରତ୍ୟୁଷ ଦିବାକର, ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ଶ୍ରୀଯୁକ୍ତ ତପନ କୁମାର ଖୁଣ୍ଟିଆ, ମୁଖ୍ୟ ଜିଲ୍ଲା ଚିକିତ୍ସାଧିକାରୀ ଡ଼ା. ଅମୂଲ୍ୟ କୁମାର ଦାସ, ବିଡିଓ, ଭୋଗରାଇ ବ୍ଲକ ଶ୍ରୀଯୁକ୍ତ ପ୍ରଶାନ୍ତ ମହାରଣା, ଭୋଗରାଇ ତହସିଲଦାର ଶ୍ରୀଯୁକ୍ତ ସୂର୍ଯ୍ୟ କୁମାର ନାୟକଙ୍କ ସମେତ ଜିଲ୍ଲାର ବିଭିନ୍ନ ବିଭାଗୀୟ ପଦାଧିକାରୀମାନେ ଉପସ୍ଥିତ ଥିଲେ ।
Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ