ଉଦ୍ଭିଦ ବିଜ୍ଞାନ ବିଭାଗର +୩ ଶେଷ ବର୍ଷର ଛାତ୍ରଛାତ୍ରୀଙ୍କୁ ବିଦାୟ ସମ୍ବର୍ଦ୍ଧନା
ବୁଗୁଡା, (ଅନୀଲ କୁମାର ମହାରଣା) : ବୁଗୁଡା ପିପୁଲ୍ସ କଲେଜର ଉଦ୍ଭିଦ ବିଜ୍ଞାନ ବିଭାଗ ପକ୍ଷରୁ +୩ ତୃତୀୟ ବର୍ଷର ଛାତ୍ରଛାତ୍ରୀଙ୍କୁ +୩ ପ୍ରଥମ ଓ ଦ୍ଵିତୀୟ ବର୍ଷ ଛାତ୍ରଛାତ୍ରୀମାନେ ବିଦାୟ ସମ୍ବର୍ଦ୍ଧନା ପ୍ରଦାନ କରିଛନ୍ତି। ଏପ୍ରିଲ ୧୭ ତାରିଖ ଦିନ ଉଦ୍ଭିଦ ବିଜ୍ଞାନ ବିଭାଗର ମୁଖ୍ୟ ଅଧ୍ୟାପକ ଡକ୍ଟର ଜୟରାମ ବିଷୋୟୀଙ୍କ ତତ୍ତ୍ୱାବଧାନରେ ଅନୁଷ୍ଠିତ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଥିଲା। ଏହି ବିଦାୟ ସମ୍ବର୍ଦ୍ଧନା ସଭାରେ କଲେଜର ଭାଇସ ପ୍ରିନ୍ସପାଲ ହରିକୃଷ୍ଣ ନାୟକ ଅଧ୍ୟକ୍ଷତା କରିଥିଲେ। ଇତିହାସ ବିଭାଗ ମୁଖ୍ୟ ଅଧ୍ୟାପକ ଡକ୍ଟର ପ୍ରଦୀପ କୁମାର ଦାସ, ଅଧ୍ୟାପକ ଦିଲ୍ଲୀପ କୁମାର ସାହୁ, ଅଧ୍ୟାପିକା ଅନିତା ଦେବୀ ଅତିଥି ଭାବେ ଯୋଗଦେଇଥିଲେ। ଉଦ୍ଭିଦ ବିଜ୍ଞାନ ବିଭାଗର ପ୍ରଦର୍ଶକ ସୁଶାନ୍ତ କୁମାର ଦାସ ଓ ବେରାର ଟୁନା ସେଠୀ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ। ସମସ୍ତ ଅତିଥି ଶେଷ ବର୍ଷର ଛାତ୍ରଛାତ୍ରୀଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଥିଲେ। ପ୍ରଥମ ଓ ଦ୍ଵିତୀୟ ବର୍ଷର ଛାତ୍ରଛାତ୍ରୀ ବୃନ୍ଦ ସେମାନଙ୍କ ସିନିୟର ତୃତୀୟ ବର୍ଷର ଛାତ୍ରଛାତ୍ରୀ ବୃନ୍ଦଙ୍କ ଦିଗଦର୍ଶନ ଓ ସ୍ନେହ ଶ୍ରୁତି ହୋଇ ରହିବ ବୋଲି କହି ଭାବ ବିହ୍ଵଳ ହୋଇ ବିଦାୟ ଦେଇଥିଲେ।


