ଜଗଦଳପୁର ହାଇସ୍କୁଲର ଦଶମ ଶ୍ରେଣୀ ବିଦ୍ୟାର୍ଥୀଙ୍କୁ ବିଦାୟ ସମ୍ବର୍ଦ୍ଧନା

ଆସିକା (ୱାଇଏନ୍‍ଏସ୍‍): ଆସିକା ବ୍ଳକ ଅନ୍ତର୍ଗତ ଗୁଣ୍ଠପଡା ସ୍ଥିତ ଜଗଦଳପୁର ହାଇସ୍କୁଲରେ ଦଶମ ଶ୍ରେଣୀରେ ଅଧ୍ୟୟନରତ ବିଦ୍ୟାର୍ଥୀମାନଙ୍କୁ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ବିଦାୟ ସମ୍ବର୍ଦ୍ଧନା ଦେଇଥିବା ଲକ୍ଷ୍ୟ କରାଯାଇଛି । ଆସିକା ଜଗଦଳପୁର ହାଇସ୍କୁଲରେ ଦଶମ ଶ୍ରେଣୀରେ ଅଧ୍ୟୟନରତ ଛାତ୍ରଛାତ୍ରୀମାନେ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ବାର୍ଷିକ ପରୀକ୍ଷା ଆସନ୍ତା ୧୯ ତାରିଖରୁ ଦେବାକୁ ଥିବା ବେଳେ ଏହି ଅବସରରେ ଶିକ୍ଷାନୁଷ୍ଠାନ ପକ୍ଷରୁ ବିଦାୟ ସମ୍ବର୍ଦ୍ଧନା ସଭାର ଆୟୋଜନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ଜଗଦଳପୁର ହାଇସ୍କୁଲ ଗୁଣ୍ଠପଡାର ପ୍ରଧାନଶିକ୍ଷକ ନାରାୟଣ ମହାପାତ୍ର, ସହକାରୀ ଶିକ୍ଷକ ସୁଶିଲ୍‍ ମୋହନ ପାତ୍ର, ସୁନିତା ପରିଚ୍ଛା, ଇଶ୍ୱରୀ ମହାପାତ୍ର, ସନ୍ଧ୍ୟାରାଣୀ ବେହେରା, ମନ୍ଦାକିନୀ ପ୍ରଧାନ, ରୁଦ୍ରପ୍ରସାଦ ସେଠୀ, ଜି.ଆନନ୍ଦ ପାତ୍ର ପ୍ରମୁଖ ଯୋଗଦେଇ ଦଶମ ଶ୍ରେଣୀର ଛାତ୍ରଛାତ୍ରୀମାନଙ୍କୁ ମାର୍ଗଦର୍ଶନ କରିବା ସହ ଉଜ୍ଜଳ ଭବିଷ୍ୟତ କାମନା କରି ଆଗାମୀ ମାଟ୍ରିକ ପରୀକ୍ଷାରେ ଭଲ ଫଳ ପ୍ରଦର୍ଶନ କରିବାକୁ ପରାମର୍ଶ ପ୍ରଦାନ କରି ଏହି ଶିକ୍ଷାନୁଷ୍ଠାନର ସୁନାମକୁ ଅକ୍ଷୁର୍ଣ୍ଣ ରଖିବା ଦିଗରେ କାର୍ଯ୍ୟ କରିବାକୁ ଆହ୍ୱାନ କରିଥିଲେ । ଏହି ଅବସରରେ ଦଶମ ଶ୍ରେଣୀର ବିଦ୍ୟାର୍ଥୀ ସୋମିଆରାଣୀ ସାହୁ ଉଦ୍‍ବୋଧନ ଦେଇ ଶିକ୍ଷାନୁଷ୍ଠାନର ପ୍ରଧାନଶିକ୍ଷକ ନାରାୟଣ ମହାପାତ୍ର ଓ ସମସ୍ତ ଶିକ୍ଷକ, ଶିକ୍ଷୟିତ୍ରୀମାନଙ୍କ ମାର୍ଗଦର୍ଶନ ଓ ପ୍ରେରଣା ସାଙ୍ଗକୁ ଅଧ୍ୟୟନ କାଳର ସ୍ମୃତି ଓ ଅନୁଭୁତି ସଦାସର୍ବଦା ଅବିସ୍ମରଣୀୟ ହୋଇରହିବ ବୋଲି ପ୍ରକାଶ କରିଥିଲେ । ଏହି କାର୍ଯ୍ୟକ୍ରମରେ ଜଗଦଳପୁର ହାଇସ୍କୁଲରେ ଦଶମ ଶ୍ରେଣୀରେ ଅଧ୍ୟୟନରତ ଥିବା ବିଦ୍ୟାର୍ଥୀ ଜଗନ୍‍ କୁମାର ଗୌଡ, ପ୍ରିୟାରାଣୀ ପଢିଆରୀ, ଆଦ୍ୟାଶା ଗୌଡ, ଅଂଶୁମାନ୍‍ ଗୌଡ, ସୋମରାଜ ବେହେରା, ଆଦିତ୍ୟ ନାହାକ, ଓମ୍‍ ନାହାକଙ୍କ ସମେତ ବହୁ ବିଦ୍ୟାର୍ଥୀ ଉପସ୍ଥିତ ଥିବା ବେଳେ ଏହି ବିଦାୟକାଳୀନ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମକୁ ସୁପରିଚାଳନା କରିବା ଦିଗରେ ଶିକ୍ଷାନୁଷ୍ଠାନର କର୍ମଚାରୀ ଆଶାଲତା ପ୍ରଧାନ ଓ ପ୍ରଶାନ୍ତ କୁମାର ମୁନି ଏବଂ ନୀଳମାଧବ ସ୍ୱାଇଁ ପ୍ରମୁଖ ସକ୍ରିୟ ସହଯୋଗ କରିଥିବା ଲକ୍ଷ୍ୟ କରାଯାଇଥିଲା ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ