ସାପ କାମୁଡାରେ ଚାଷୀ ମୃତ୍ୟ

ଦିଗପହଣ୍ଡି,(ଅଳକ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ଗ୍ରାମର ଜଣେ ଚାଷୀ ସାପ କାମୁଡ଼ା ରେ ଗୁରୁତର ଅବସ୍ଥାରେ ବ୍ରହ୍ମପୁର ବଡ଼ ଡାକ୍ତରଖାନା ରେ ଚିକିତ୍ସାଧୀନ ଥିବା ଅବସ୍ଥାରେ  ମୃତ୍ୟୁବରଣ କରିଛନ୍ତି।ସେ ହେଲେ ବାବୁ ଗୌଡ଼(୫୦)। ଗତ ମଙ୍ଗଳବାର ସନ୍ଧ୍ୟାରେ  ସେ ଗାଁ ନିକଟ ଜମିରେ କାମ କରୁଥିବା ବେଳେ ତାଙ୍କ ବାମ ଗୋଡ଼ କୁ ସାପ କାମୁଡି ଦେଇଥିଲା।ତାଙ୍କୁ ଗୁରୁତର ଅବସ୍ଥାରେ ଦିଗପହଣ୍ଡି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ରେ ଭର୍ତ୍ତି କରାଯାଇଥିଲା।ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ସଙ୍କଟାପନ୍ନ ଅବସ୍ଥାରେ ବ୍ରହ୍ମପୁର ବଡ଼ ଡାକ୍ତରଖାନା ସ୍ଥାନାନ୍ତର କରାଯାଇଥିଲା। ଶନିବାର  ଏନେଇ ଦିଗପହଣ୍ଡି ଥାନାରେ ଏତଲା ହେବାପରେ ଆଇଆଇସି କିଶୋର କୁମାର ସାମଲ ଅପମୃତ୍ୟୁ ମାମଲା ନଂ.୪୪/୨୬ ଅନୁଯାୟୀ ମକଦ୍ଦମା ରୁଜୁ କରିଥିଲେ। ତଦନ୍ତକାରୀ ଅଧିକାରୀ ଏଏସଆଇ ଝୁନୁ ମାଝୀ ମୃତଦେହ ଜବତ କରି ବ୍ୟବଚ୍ଛେଦ କରାଇବା ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଥିବା ଜଣାପଡ଼ିଛି। ମୃତକ ଙ୍କ ପରିବାର ଲୋକଙ୍କୁ ଅନୁକମ୍ପା ମୂଳକ ସରକାରୀ ସହାୟତା ଯୋଗାଇଦେବାକୁ ସରପଞ୍ଚ ମିନତୀ ଜାନି ଓ ପୂର୍ବତନ ସରପଞ୍ଚ ରବି ଚନ୍ଦ୍ର ଗୌଡ଼ ଦାବୀ କରିଛନ୍ତି।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ