ଆର୍ଥିକ ସାକ୍ଷରତା ଓ ସାଇବର ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ

ଛତ୍ରପୁର,(ପ୍ରଶାନ୍ତ କୁମାର ମହାରଣା): ହୁମ୍ମାସ୍ଥିତ ସରକାରୀ ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ଉଚ୍ଚ ବିଦ୍ୟାଳୟ ପରିସରରେ ଆର୍ଥିକ ସାକ୍ଷରତା ଅଭିଯାନ, ସାଇବର ସୁରକ୍ଷା ସଚେତନତା ଏବଂ ବୃକ୍ଷରୋପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ସୁନିଲ କୁମାର କେର୍କେଟା, ସମାଜ ମଙ୍ଗଳ ଅଧିକାରୀ ଦେବରଞ୍ଜନ ଦାଶ, ଏଏସ୍‌ପି ଛତ୍ରପୁର ସି.ଏଚ୍. ଜୱାହାର ଏବଂ ସାଇବର ପୋଲିସ ଷ୍ଟେସନ, ଛତ୍ରପୁରର ଏସ୍‌ଆଇ କିରଣ ଚନ୍ଦ୍ର ପାତ୍ର ଯୋଗଦେଇ ଛାତ୍ରଛାତ୍ରୀମାନଙ୍କୁ ଆର୍ଥିକ ସଚେତନତା ଓ ସାଇବର ସୁରକ୍ଷା ସମ୍ପର୍କିତ ବିଭିନ୍ନ ଦିଗ ଉପରେ ମାର୍ଗଦର୍ଶନ ପ୍ରଦାନ କରିଥିଲେ। ବିଶେଷକରି ଡିଜିଟାଲ୍ ଯୁଗରେ ଅନଲାଇନ୍ ଆର୍ଥିକ କାରବାର ସମୟରେ ସତର୍କତା, ବ୍ୟାଙ୍କିଙ୍ଗ୍ ସେବାର ସୁରକ୍ଷିତ ବ୍ୟବହାର, ସାଇବର ଠକେଇରୁ ନିଜକୁ ସୁରକ୍ଷିତ ରଖିବା ଏବଂ ସନ୍ଦେହଜନକ ଲିଙ୍କ୍, କଲ୍‌ ଓ ବାର୍ତ୍ତା ପ୍ରତି ସତର୍କ ରହିବା ନେଇ ଛାତ୍ରଛାତ୍ରୀଙ୍କୁ ସଚେତନ କରାଯାଇଥିଲା। ଏହାସହିତ ବିଦ୍ୟାଳୟ ପରିସରରେ ବୃକ୍ଷରୋପଣ କରାଯାଇ ପରିବେଶ ସୁରକ୍ଷା ଓ ସବୁଜ ପରିବେଶ ସୃଷ୍ଟି ପାଇଁ ଛାତ୍ରଛାତ୍ରୀଙ୍କୁ ପ୍ରେରିତ କରାଯାଇଥିଲା। କାର୍ଯ୍ୟକ୍ରମରେ ବିଦ୍ୟାଳୟର ପ୍ରାୟ ୧୫୦ ଜଣ ଛାତ୍ରଛାତ୍ରୀ ଓ କର୍ମଚାରୀ ଯୋଗଦେଇଥିଲେ। ଭାରପ୍ରାପ୍ତ ଜିଲ୍ଲା ସ୍ୱଳ୍ପ ସଞ୍ଚୟ ଅଧିକାରୀ ସୁଦାମ କୁମାର ସ୍ୱାଇଁଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ସମଗ୍ର କାର୍ଯ୍ୟକ୍ରମ ସମ୍ପାଦିତ ହୋଇଥିଲା।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ