ଚୋରା ମଦ ଜବତ ୨ ମହିଳା ସମେତ ୫ କୋର୍ଟ ଚାଲାଣ

କେନ୍ଦ୍ରାପଡ଼ା,(ଚିତ୍ତ ରଞ୍ଜନ ଦାଶ): ଜିଲ୍ଲାପାଳଙ୍କ ନିର୍ଦ୍ଦେଶକ୍ରମେ କେନ୍ଦ୍ରାପଡ଼ା ଅବକାରୀ ବିଭାଗ ପକ୍ଷରୁ ପଟ୍ଟାମୁଣ୍ଡାଇ ରୁରାଲ ଓ ଜମ୍ବୁ ମେରାଇନ ଥାନା ଅଧିନସ୍ତ ବିଭିନ୍ନ ସ୍ଥାନରେ ଚଢାଉ କରାଯାଇ ମାଳିପୁର ଗ୍ରାମର ପ୍ରଶାନ୍ତ ମଳିକ(୩୭)ଙ୍କ ଠାରୁ ୧୯ ଲିଟର ଦେଶୀ ମଦ, ଡାମରପୁର ଗ୍ରାମର କହେଁଇ ସେଠୀ(୪୧)ଙ୍କ ଠାରୁ ୨୩ ଲିଟର ବିଦେଶୀ ମଦ, ଜମ୍ବୁ ଗ୍ରାମର ନୀଳମାଧବ ମଣ୍ଡଳ(ବୟସ-୪୬) ଙ୍କ ଠାରୁ ୪୬୯ ଲିଟର ଦେଶୀ ରନ୍ଧା ମଦ, ଶିବାନୀ ମଣ୍ଡଳ(୪୫)ଙ୍କ ଠାରୁ ୭୬୮ ଲିଟର ଦେଶୀ ରନ୍ଧା ମଦ ଓ କାଜଲ ମଣ୍ଡଳ (୫୭) ଙ୍କ ଠାରୁ ୮୯୧ ଲିଟର ଦେଶୀ ରନ୍ଧା ମଦ ଜବତ କରାଯାଇ ସେମାନଙ୍କୁ ଗିରଫ କରାଯାଇଛି। ସେମାନଙ୍କ ପାଖରୁ ସମୁଦାୟ ୨୧୭୦ ଲିଟର, ଦେଶୀ, ଦେଶୀ ରନ୍ଧା ମଦ ଓ ବିଦେଶୀ ମଦ ଜବତ କରାଯାଇ ୨ ମହିଳାଙ୍କ ସମେତ ୫ ଜଣଙ୍କୁ କୋର୍ଟ ଚାଲାଣ କରାଯାଇଛି ବୋଲି ଅବକାରୀ ଅଧୀକ୍ଷକ ବିପ୍ର ଚରଣ ମଣ୍ଡଳ ସୂଚନା ଦେଇଛନ୍ତି। ଆଗାମୀ ଦିନରେ ଏହି ଚଢ଼ାଉ ବ୍ୟାପକ ଭାବରେ ଜାରି ରହିବ ବୋଲି ଅବକାରୀ ନିରୀକ୍ଷକ ହିତାଂଶୁ ଶେଖର ମଳିକ କହିଛନ୍ତି। ଏହି ଚଢ଼ାଉରେ ଅବକାରୀ ନିରୀକ୍ଷକ ପଦ୍ମଲୋଚନ ନାୟକ, ଅବକାରୀ ଉପ ନିରୀକ୍ଷକ କଳ୍ପନା ରାଉତ ଏବଂ ଅନ୍ୟ କର୍ମଚାରୀମାନେ ସାମିଲ ଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ