ଆର୍ଯ୍ୟପଲ୍ଲୀ ସାମୁଦ୍ରିକ ଥାନା ପକ୍ଷରୁ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର

ଛତ୍ରପୁର, (ଓ୍ବାଇଏନଏସ):  ଗଞ୍ଜାମ ପୋଲିସ ଜିଲ୍ଲା ଅନ୍ତର୍ଗତ ଆର୍ଯ୍ୟପଲ୍ଲୀ ସାମୁଦ୍ରିକ ଥାନା ପକ୍ଷରୁ ଏକ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଥାନା ପରିସରରେ ଅନୁଷ୍ଠିତ ହୋଇଯାଇଛି l କମ୍ୟୁନିଟି ପୋଲିସ ପ୍ରୋଗ୍ରାମ ଆନୁକୂଲ୍ୟରେ ମୁନିସିପେଣ୍ଠ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଓ ଆର୍ଯ୍ୟପଲ୍ଲୀ ସାମୁଦ୍ରିକ ଥାନା ର ମିଳିତ ସହଯୋଗରେ ଆୟୋଜିତ ଏହି ମାଗଣା ସ୍ୱାସ୍ଥ୍ୟ ଶିବିର କୁ ଗଞ୍ଜାମ ପୋଲିସ ଜିଲ୍ଲାର ଅତିରିକ୍ତ ଏସପି ରଂଜିତ କୁମାର ପୃଷ୍ଟି, ଛତ୍ରପୁର ଏସଡିପିଓ ଚନ୍ଦନ ଘଡେଇ, ଆର୍ଯ୍ୟପଲ୍ଲୀ ସାମୁଦ୍ରିକ ଥାନା ଅଧିକାରିଣୀ ବିଦ୍ୟା ଭାରତୀ ନାୟକ, ଆର୍ଯ୍ୟପଲ୍ଲୀ ସରପଞ୍ଚ ତ୍ରିଲୋଚନ ବେହେରା,ମୁନିସିପେଣ୍ଠ ଗୋଷ୍ଠୀ ସ୍ଵାସ୍ତ୍ୟ କେନ୍ଦ୍ର ର ଅଧିକ୍ଷିକ ଡାକ୍ତର ସ୍ୱାଧୀନ କୁମାର ରଥ, ଜନ ସ୍ୱାସ୍ଥ୍ୟ ସଂପ୍ରସାରଣ ଅଧିକାରୀ ବରୁଣ କୁମାର ପାଣିଗ୍ରାହୀଙ୍କ ସମେତ ଅନ୍ୟାନ୍ୟ ଅଧିକାରୀ ମାନେ ଉପସ୍ଥିତ ଥିଲେ l ମୁନିସିପେଣ୍ଠ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଓ ଏଲ ଭି ପ୍ରସାଦ ଚକ୍ଷୁ ଚିକିତ୍ସାଳୟ ର ଡାକ୍ତର ମାନେ ଯୋଗ ଦେଇ ରୋଗୀଙ୍କୁ ଚିକିତ୍ସା ପ୍ରଦାନ କରିବା ସହିତ ମାଗଣା ଔଷଧ ପ୍ରଦାନ କରାଯାଇଥିଲା l ଏଥିରେ ବହୁ ରୋଗୀ ଯୋଗ ଦେଇ ନିଜ ନିଜ ସ୍ୱାସ୍ଥ୍ୟ ପରୀକ୍ଷା କରିଥିଲେ l

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ