ଆସନ୍ତା ରଥଯାତ୍ରାରୁ ଜୈବିକ ଚାଉଳରେ ପ୍ରସ୍ତୁତ ହେବ କୋଠ ଭୋଗ

ଭୁବନେଶ୍ୱର(ସମୀର ରଞ୍ଜନ ନାୟକ ): ଆସନ୍ତା ରଥଯାତ୍ରାରୁ ଜୈବିକ ଚାଉଳରୁ ପ୍ରସ୍ତୁତ ହେବ କୋଠ ଭୋଗ । ଏ ନେଇ କୃଷି ବିଭାଗ ପ୍ରମୁଖ ଶାସନ ସଚିବ ଅରବିନ୍ଦ ପାଢ଼ୀ ସୂଚନା ଦେଇଛନ୍ତି ।  ଆସନ୍ତା ରଥଯାତ୍ରା ସମୟରେ ଅମୃତ ଅନ୍ନ ଯୋଜନାରେ ଜୈବିକ ଚାଉଳରୁ କୋଠ ଭୋଗ ପ୍ରସ୍ତୁତ ହେବ । ଏଥିପାଇଁ  ବରଗଡ଼, କଟକ ଏବଂ କୋରାପୁଟ ଜିଲ୍ଲାରେ ଜୈବିକ ଚାଷ କରାଯାଉଛି । ବଳଭଦ୍ର ଜୈବିକ ଚାଷ ମିଶନରେ ଜୈବିକ ଚାଷ ପାଇଁ ସହାୟତା ଦିଆଯାଇଛି । କୋଠ ଭୋଗ ପାଇଁ ଆବଶ୍ୟକୀୟ ପରିମାଣର ଚାଉଳ ଅମଳ ହେବ । ଯଦି ବଳକା ରହେ କିଛି ପରିମାଣର ମହାପ୍ରସାଦ ମଧ୍ୟ କରାଯିବ । ଆନନ୍ଦ ବଜାରରେ ଜୈବିକ ମହାପ୍ରସାଦ ପାଇଁ ହେବ ସ୍ୱତନ୍ତ୍ର କାଉଣ୍ଟର । ପରବର୍ତ୍ତୀ ସମୟରେ ଜୈବିକ ପନିପରିବା ମଧ୍ୟ ବ୍ୟବହାର କରାଯିବ । ଗତ ରଥଯାତ୍ରା ବେଳେ ମାଉସୀ ମା’ ମନ୍ଦିରରେ ମହାପ୍ରଭୁଙ୍କ ଆଡ଼ପ ମଣ୍ଡପ ଭୋଗରେ ବ୍ୟବହାର ହୋଇଥିଲା  । ଏଥି ପାଇଁ ବରଗଡ଼, କଟକର ନିଆଳି ଏବଂ କୋରାପୁଟ ଜିଲ୍ଲାରେ ଜୈବିକ ଚାଷ କରାଯାଉଛି। ବଳଭଦ୍ର ଜୈବିକ ଚାଷ ମିଶନ ରେ ଜୈବିକ ଚାଷ ପାଇଁ ସହାୟତା ଦିଆଯାଇଛି। କୋଠ ଭୋଗ ପାଇଁ ଆବଶ୍ୟକୀୟ ପରିମାଣର ଚାଉଳ ଅମଳ ହେବ । ଯଦି ବଳକା ରହେ ତେବେ କିଛି ପରିମାଣର ମହାପ୍ରସାଦ ମଧ୍ୟ ପରିମାଣ। ଆନନ୍ଦ ବଜାରରେ ଜୈବିକ ମହାପ୍ରସାଦ ପାଇଁ ହେବ ସ୍ୱତନ୍ତ୍ର କାଉଣ୍ଟର। ପରବର୍ତ୍ତୀ ସମୟରେ ଜୈବିକ ପନିପରିବା ମଧ୍ୟ ବ୍ୟବହାର କରାଯିବ। ଗତ ରଥଯାତ୍ରା ବେଳେ ମାଉସୀ ମା ମନ୍ଦିରରେ ମହାପ୍ରଭୁଙ୍କ ଆଡପ ମଣ୍ଡପ ଭୋଗରେ ଏହି ଜୈବିକ ଚାଉଳର ବ୍ୟବହାର ହୋଇଥିଲା।
Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ