ଗଜପତି ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ

ପାରଳାଖେମଣ୍ଡି,(ତାରିଣୀ ପ୍ରସାଦ ପଣ୍ଡା):  ଗଜପତି ଜିଲ୍ଲା ଗୋସାଣୀ ବ୍ଲକ ଅନ୍ତର୍ଗତ  ସୋବରା ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ  ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ  ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି. ଏହି ଅଭିଯୋଗ ଶୁଣାଣିରେ ଜିଲ୍ଲାପାଳ ବିଜୟ କୁମାର ଦାଶ, ଆରକ୍ଷୀ ଅଧିକ୍ଷକ ଯତୀନ୍ଦ୍ର କୁମାର ପଣ୍ଡା ,  ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ  ଶଙ୍କର କେରକେଟା, ଉପଜିଲ୍ଲାପାଳ ପାରଳାଖେମୁଣ୍ଡି ଅନୁପ ପଣ୍ଡା ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ସୋବରା ଗ୍ରାମ ପଞ୍ଚାୟତ ସମେତ ଲାବଣ୍ୟଗଡ, ଗାରାବନ୍ଧ ଓ ରମ୍ପା ପଞ୍ଚାୟତର  ସମୁଦାୟ ମୋଟ- ୫୩ ଗୋଟି ଅଭିଯୋଗ  ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୧୯ଗୋଟି,ଗ୍ରାମ ଭିତ୍ତିକ ସମସ୍ୟା-୩୪ ଗୋଟି ଅଭିଯୋଗ ଆସିଥିଲା ଓ ସେଥିମଧ୍ୟରୁ ୯ ଗୋଟି ଅଭିଯୋଗକୁ ତୁରନ୍ତ ସମାଧାନ କରାଯାଇଛି ଓ ସ୍ଥାନୀୟ ୨୨ ଜଣ ହିତାଧିକାରୀଙ୍କୁ ଜଙ୍ଗଳ ଜମୀ ପଟ୍ଟା ପ୍ରଦାନ କରାଯାଇଛି। ଅନ୍ୟ ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରିବା ପାଇଁ ବିଭାଗୀୟ ଅଧିକାରୀଙ୍କୁ ଜିଲ୍ଲାପାଳ ନିର୍ଦ୍ଧେଶ ଦେଇଥିଲେ।  ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ପ୍ରଧାନମନ୍ତ୍ରୀ ଆବାସୀ ଯୋଜନା,ସାମାଜିକ ସୁରକ୍ଷା,ଜମି ପଟ୍ଟା,ମନରେଗା,ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା,ଜଳ ସେଚନ, ସ୍ଵାସ୍ଥ୍ୟ ଓ ରାସ୍ତା  ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ  ଅଭିଯୋଗ ଆସିଥିଲା. ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ଗୋସାଣୀ ପଞ୍ଚାୟତ ସମିତି ଅଧ୍ୟକ୍ଷ  ଏନ.ବୀରାରାଜୁ, ସ୍ଥାନୀୟ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଗୋରା ଚନ୍ଦ୍ର ପଟ୍ଟନାୟକ, ତହସିଲଦାର ନାରାୟଣ ବେହେରା, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ମହମ୍ମଦ ମୁବାରଖ ଆଲ୍ଲୀ, ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ଅଧିକାରୀ ସୋନ୍ତୋଷ କୁମାର ନାୟକ ଓ ସ୍ଥାନୀୟ ସରପଞ୍ଚ ଓ ଜନପ୍ରତିନିଧି ସମେତ  ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀଗଣ ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ