ଗଜପତି ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ
ପାରଳାଖେମଣ୍ଡି,(ତାରିଣୀ ପ୍ରସାଦ ପଣ୍ଡା ): ଗଜପତି ଜିଲ୍ଲା ଗୋଷାଣୀ ବ୍ଲକ ପଞ୍ଚାୟତ ସମିତି କାର୍ଯ୍ୟଳୟ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଅଛି । ଏହି ଅଭିଯୋଗ ଶୁଣାଣିରେ ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲ, ଆରକ୍ଷୀ ଅଧିକ୍ଷକ ଯତୀନ୍ଦ୍ର କୁମାର ପଣ୍ଡା, ଅତିରିକ୍ତ ଜିଲ୍ଲାପାଳ ଫାଲଗୁନୀ ମାଝୀ,ଉପଜିଲ୍ଲାପାଳ ପାରଳାଖେମୁଣ୍ଡି ଅନୁପ ପଣ୍ଡା , ପ୍ରକଳ୍ପ ପ୍ରଶାସକ ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ପାରଳାଖେମୁଣ୍ଡି ଅଂଶୁମାନ ମହାପାତ୍ର ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ଗୋଷାଣୀ ବ୍ଲକ ପଞ୍ଚାୟତ ସମିତିର ସମୁଦାୟ ମୋଟ- ୧୦୩ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୫୯ ଗୋଟି,ଗ୍ରାମ ଭିତ୍ତିକ ସମସ୍ୟା -୪୪ ଗୋଟି ଅଭିଯୋଗ ଆସିଥିଲା । ଅନ୍ୟ ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରିବା ପାଇଁ ବିଭାଗୀୟ ଅଧିକାରୀମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଧେଶ ଦେଇଛନ୍ତି। ସେହିପରି ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ଜଣ ଦିବ୍ୟାଙ୍ଗକୁ ବିବାହ ପ୍ରୋତ୍ସାହନ ରାଶି ୨ ଲକ୍ଷ ୫୦ ହଜାର ଟଙ୍କା ଲେଖାଏଁ ଆର୍ଥିକ ସହାୟତା ରାଶି ପ୍ରଦାନ କରାଯାଇଛି ଓ ୫ଜଣଙ୍କୁ ନୂତନ ପେନସନ ଯୋଜନାରେ ସାମିଲ କରାଯାଇଛି । ସେହିପରି ୩୦ ଜଣଙ୍କୁ ଜମି ଉତ୍ତରାଧିକାରୀ ଜମିପଟ୍ଟା ପ୍ରଦାନ କରାଯାଇଛି। ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା,ଜମି ପଟ୍ଟା,ମନରେଗା,ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା,ଜଳ ସେଚନ ରାସ୍ତା ଓ ସ୍ଵାସ୍ଥ୍ୟ ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା । ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ରେ ଗୋଷାଣୀ ପଞ୍ଚାୟତ ସମିତି ଅଧ୍ୟକ୍ଷ ଏନ୍.ବୀରାରାଜୁ,ଗୋଷ୍ଠୀ ଉନ୍ନୟନ ଅଧିକାରୀ ଗୋର ଚନ୍ଦ୍ର ପଟ୍ଟନାୟକ,ପାରଳାଖେମୁଣ୍ଡି ତହସିଲଦାର ନାରାୟଣ ବେହେରା ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଓ ସ୍ଥାନୀୟ ଜନପ୍ରତିନିଧି ପ୍ରମୁଖ ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ।


