ଶାସଙ୍ଗ ପଞ୍ଚାୟତ ହାଇସ୍କୁଲରେ ଗାନ୍ଧୀ ଜୟନ୍ତୀ

ହାଟଡିହି, (ଓ୍ବାଇଏନଏସ) : ହାଟଡିହି ବ୍ଲକ ଶାସଙ୍ଗ ପଞ୍ଚାୟତ ହାଇସ୍କୁଲ ପରିସରରେ ପବିତ୍ର ଗାନ୍ଧୀ ଜୟନ୍ତୀ ଉତ୍ସାହ ଓ ଆନନ୍ଦର ସହିତ ପାଳିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନଶିକ୍ଷକ ରାଧାକୃଷ୍ଣ ପତିଙ୍କ ସଭାପତିତ୍ୱରେ ଆୟୋଜିତ ସଭାରେ ଶିଶିର କୁମାର ବିଶ୍ୱାଳ, ନବକିଶୋର ବିଶ୍ୱାଳ, ମାଧବାନନ୍ଦ ଜେନା, ଶାନ୍ତନୁ କୁମାର ରାଉତ, ଲକ୍ଷ୍ମୀକାନ୍ତ ମିଶ୍ର , ପ୍ରଦୀପ କୁମାର ସ୍ୱାଇଁ ପ୍ରମୁଖ  ଯୋଗଦେଇ ଗାନ୍ଧୀ ଜୟନ୍ତୀର ମହତ୍ୱ ସମ୍ପର୍କରେ ଆଲୋକପାତ କରିଵା ସହିତ ଛାତ୍ରଛାତ୍ରୀ ମାନଙ୍କୁ ମାର୍ଗ ଦର୍ଶନ କରାଇଥିଲେ। ଏହି ଅବସରରେ ଛାତ୍ରଛାତ୍ରୀ ଙ୍କ ମଧ୍ୟରେ ମହାତ୍ମା ଗାନ୍ଧୀଙ୍କ ଜୀବନାଦର୍ଶ ଉପରେ ବକ୍ତୃତା ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା।  ସତ୍ୟବ୍ରତ ବିଶ୍ୱାଳ ପର୍ଶୁରାମ ନାୟକ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ