୨୭ରେ ଶ୍ରୀବଳଦେବଜୀଉଙ୍କ ୩ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ
କେନ୍ଦ୍ରାପଡ଼ା,(ଚିତ୍ତରଞ୍ଜନ ଦାଶ):କେନ୍ଦ୍ରାପଡା ତୁଳସୀକ୍ଷେତ୍ରର ଆରାଧ୍ୟ ପ୍ରଭୁ ଶ୍ରୀବଳଦେବଜୀଉ ମହାପ୍ରଭୁଙ୍କ ଶ୍ରୀମୁଖ ସିଂହାର ବୁଧବାର ସକାଳ ସାତଟାରୁ ଦଶଟା ତିନି ଘଣ୍ଟା ପର୍ଯ୍ୟନ୍ତ ସର୍ବ ସାଧାରଣ ଦର୍ଶନ ବନ୍ଦ ରହିବ । କାରଣ ଆସନ୍ତା୨୭ ତାରିଖ ବୁଧବାର ମହାପ୍ରଭୁଙ୍କ ଶ୍ରୀମୁଖ ସିଂହାର ନୀତି ଅନୁଷ୍ଠିତ ହେବ । ଚିତ୍ରକର ସେବାୟତ ଜୟ ମଙ୍ଗଳା ଆଳତି ସମ୍ପନ୍ନ ପରେ ରନô ସିଂହାସନକୁ ଯାଇ ଏହି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ତୁଲାଇଥାନ୍ତି । ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ସକାଳ ସାତଟାରୁ ଦଶଟା ତିନି ଘଣ୍ଟା ସର୍ବ ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀବଳଦେବଜୀଉ ଦେବୋତ୍ତର ସଂସ୍ଥାର ନିର୍ବାହୀ ଅଧିକାରୀ ବଳଭଦ୍ର ପତ୍ରୀ ସୂଚନା ଦେଇଛନ୍ତି ।


