ଜନଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ
ସୋର (ଓ୍ବାଇଏନଏସ): ସ୍ଥାନୀୟ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷରେ ବାଲେଶ୍ଵର ଜିଲ୍ଲାପାଳ ଶ୍ରୀଯୁକ୍ତ ସୂର୍ଯ୍ୟବଂଶୀ ମୟୂର ବିକାଶ ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ରାଜ ପ୍ରସାଦଙ୍କ ମିଳିତ ଜନଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ବାଲେଶ୍ଵର ଜିଲ୍ଲାର ବିଭିନ୍ନ ସ୍ଥାନରୁ ଆସିଥିବା ୧୪୧ ଜଣ ଅଭିଯୋଗକାରୀ ନିଜ ନିଜ ନାମ ପଞ୍ଜିକରଣ କରି ଅଭିଯୋଗ ଫର୍ଦ୍ଦ ଉପସ୍ଥାପନ କରି ଥିଲେ। ସେଗୁଡିକ ମଧ୍ୟରୁ ୧୩୫ ଗୋଟି ବ୍ୟକ୍ତିଗତ ଓ ୦୬ ଗୋଟି ସାମୁହିକ ଅଭିଯୋଗ ପତ୍ର ମିଳିଥିଲା । ତନ୍ମଧ୍ୟରୁ ୦୭ ଗୋଟି ଦରଖାସ୍ତର ଆଶୁ ସମାଧାନ କରିଥିଲେ। ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ) ଶ୍ରୀଯୁକ୍ତ ହେମନ୍ତ ସିଂ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀଯୁକ୍ତ ସଞ୍ଜୟ କୁମାର ରାଉତ, ଅତିରିକ୍ତ ନିର୍ବାହୀ ଅଧିକାରୀ (ଜିଲ୍ଲା ପରିଷଦ) ଡ଼. ମଧୁସ୍ମିତା ସାମନ୍ତରାୟ, ମୁଖ୍ୟ ଜିଲ୍ଲା ଚିକିତ୍ସାଧିକାରୀ ଡ଼. ପ୍ରଭାତ କୁମାର ବେହେରା, ସମେତ ଜିଲ୍ଲାର ବିଭିନ୍ନ ବିଭାଗୀୟ ପଦାଧିକାରୀ ଉପସ୍ଥିତ ଥିଲେ।