ଜନଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ

ଖଇରା, (ସରୋଜ ପଣ୍ଡା) : ବାଲେଶ୍ୱର ଜିଲ୍ଲାର ଖଇରା ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ଶ୍ରୀଯୁକ୍ତ ସୂର୍ଯ୍ୟବଂଶୀ ମୟୁର ବିକାଶ ଓ ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ପ୍ରତ୍ୟୁଷ ଦିବାକରଙ୍କ ମିଳିତ ଜନଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି। ଖଇରା ପଞ୍ଚାୟତ ସମିତି ଅଧୀନସ୍ଥ ବିଭିନ୍ନ ଗ୍ରାମ ପଞ୍ଚାୟତରୁ ୧୦୪ ଜଣ ଅଭିଯୋଗକାରୀ ନିଜର ଅଭିଯୋଗ ଫର୍ଦ୍ଦ ଉପସ୍ଥାପନ କରିଥିଲେ। ସେଥି ମଧ୍ୟରୁ ୮୮ ଗୋଟି ବ୍ୟକ୍ତିଗତ ଓ ୧୫ ଗୋଟି ସାମୁହିକ ଅଭିଯୋଗ ସମ୍ପର୍କିତ ହୋଇଥିବା ବେଳେ ୧ ଗୋଟି ରେଡ କ୍ରୋସ ନିମନ୍ତେ ଆବେଦନ କରିଥିଲେ I ଏହି ମିଳିତ ଜନଶୁଣାଣୀ କାର୍ଯ୍ୟକ୍ରମରେ ୬ ଗୋଟି ଅଭିଯୋଗର ତତକାଳ ସମାଧାନ କରାଯାଇଥିଲା I ଏହି କାର୍ଯ୍ୟକ୍ରମରେ ବାଲେଶ୍ୱର ଜିଲ୍ଲାପାଳ, ଶ୍ରୀଯୁକ୍ତ ସୂର୍ଯ୍ୟବଂଶୀ ମୟୂର ବିକାଶ, ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ) ଶ୍ରୀଯୁକ୍ତ ହେମନ୍ତ କୁମାର ସିଂହ, କାର୍ଯ୍ୟ ନିର୍ବାହୀ ଅଧିକାରୀ, ଜିଲ୍ଲାପରିଷଦ, ବାଲେଶ୍ୱର ଶ୍ରୀଯୁକ୍ତ ସଞ୍ଜୟ କୁମାର ରାଉତ ଓ ଭାରପ୍ରାପ୍ତ ଉପ ଜିଲ୍ଲାପାଳ, ବାଲେଶ୍ୱର ଡଃ ମଧୁସ୍ମିତା ସାମନ୍ତରାୟଙ୍କ ସମେତ ଜିଲ୍ଲାର ବିଭିନ୍ନ ବିଭାଗୀୟ ପଦାଧିକାରୀମାନେ ଉପସ୍ଥିତ ଥିଲେ ।
Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ