ଶିବାନନ୍ଦ ଆଶ୍ରମରେ ଗୀତା ଜୟନ୍ତୀ
କେନ୍ଦ୍ରାପଡ଼ା,(ଚିତ୍ତ ରଞ୍ଜନ ଦାଶ):କେନ୍ଦ୍ରାପଡା ବ୍ଲକ ଅଧିନ କପାଳେଶ୍ୱର ପଞ୍ଚାୟତର ଗରାପୁରସ୍ଥିତ ଦିବ୍ୟଜୀବନ ସଙ୍ଘ ଶିବାନନ୍ଦ ଆଶ୍ରମରେ ଗୀତା ଜୟନ୍ତୀ ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ଆଶ୍ରମର ପ୍ରତିଷ୍ଠାତା ଶ୍ରୀମା ସ୍ୱାମୀ ଦିବ୍ୟସ୍ୱରୂପାନନ୍ଦ ସରସ୍ୱତୀଙ୍କ ଦ୍ୱାରା ଶ୍ରୀମଦ୍ ଭାଗବତଗୀତା ସମ୍ପୂର୍ଣ୍ଣ ପାରାୟଣ ଓ ହବନ ଯଜ୍ଞ ସମ୍ପାଦନ ହୋଇଛି। ଭଗବାନ ଶ୍ରୀକୃଷ୍ଣଙ୍କୁ ସ୍ନାନ ଏବଂ ତର୍ପଣ କରାଯିବା ପରେ ରୀତି ନୀତି ଅନୁଯାୟି ସମସ୍ତ କାର୍ଯ୍ୟ କରାଯାଇଥିଲା। ଶିବାନନ୍ଦ ବିଦ୍ୟାମନ୍ଦିରର ଛାତ୍ରଛାତ୍ରୀ, ଗୁରୁଜୀ, ଗୁରୁମା, ଭକ୍ତ ଓ ଶ୍ରଦ୍ଧାଳୁମାନଙ୍କ ଉପସ୍ଥିତିରେ ଗୀତା ପାରାୟଣ, ପଠନ, ହବନ, ଯଜ୍ଞ ଏବଂ ଆରତୀ ପ୍ରଭୃତି କରାଯାଇଥିଲା। ଏଥିସହିତ ପୁଷ୍ପାଞ୍ଜଳି ଅର୍ପଣ ପୂର୍ବକ କାର୍ଯ୍ୟକ୍ରମ ସମାପନ ହୋଇଥିଲା। ଏଥିରେ ଶତାଧିକ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ସମେତ ଶିବାନନ୍ଦ ବିଦ୍ୟାମନ୍ଦିରର ଛାତ୍ରଛାତ୍ରୀ, ଗୁରୁଜୀ, ଗୁରୁମା ଏବଂ ବ୍ରହ୍ମଚାରୀ ନୃସିଂହ ନାଥ ଦାସ ପ୍ରମୁଖ ଉପସ୍ଥିତ ଥିଲେ।


