ହାତୀଓଟ ନୋଡାଲ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ

ପୋଲସରା,(ଅନୀଲ କୁମାର ମହାରଣା) : ଗଞ୍ଜାମ ଜିଲ୍ଲାର ପୋଲସରା ବ୍ଲକ ଅନ୍ତର୍ଗତ ହାତୀଓଟ ନୋଡାଲ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ଫେବୃୟାରୀ ୧୧ ତାରିଖ ଦିନ ଅନୁଷ୍ଠିତ ହୋଇଯାଇଛି। ବାର୍ଷିକ ଉତ୍ସବ କାର୍ଯ୍ୟକ୍ରମ ରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଉମା ଶଙ୍କର ଦାସ ଅଧ୍ୟକ୍ଷତା କରିଥିଲେ। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପୋଲସରା ବିଇଓ ଶ୍ରୀହର୍ଷ ବାବୁ ଖାଡଙ୍ଗା, ମୁଖ୍ୟ ବକ୍ତା ଭାବେ ବରିଷ୍ଠ ଶିକ୍ଷାବିତ ମୂରଲୀଧର ନନ୍ଦ ଏବଂ ସମ୍ମାନିତ ଅତିଥି ଭାବେ ସ୍ଥାନୀୟ ସରପଞ୍ଚ ରଶ୍ମିତା କୁମାରୀ ସାହୁ, ଆଇନଜୀବୀ ସୁଶାନ୍ତ କୁମାର ସାହୁ, ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ଶରତ ଚନ୍ଦ୍ର ରାଉତ, ଏସଏମସି ସଭାପତି ପ୍ରସନ୍ନ କୁମାର ସାହୁ, ନିକଟସ୍ଥ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବୃନ୍ଦ ବୁଦ୍ଧଦେବ ବେହେରା, ଅଭିରାମ ବେହେରା, ବାଲ୍ମୀକି ପ୍ରଧାନ ଓ ପ୍ରଫୁଲ୍ଲ କୁମାର ଜେନା ପ୍ରମୁଖ ଯୋଗ ଦେଇଥିଲେ। ବରିଷ୍ଠ ଶିକ୍ଷକ ନିରାନନ୍ଦ ସାହୁ ସଂଯୋଜନା କରିଥିବା ବେଳେ ଶିକ୍ଷକ ଶୁଭକାନ୍ତ ସାହୁ ବାର୍ଷିକ ବିବରଣୀ ପାଠ କରିଥିଲେ। ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ବିଦ୍ୟାଳୟର ୨୦୫ ଜଣ ଛାତ୍ରଛାତ୍ରୀଙ୍କୁ ପ୍ରମାଣପତ୍ର ସହ ପୁରସ୍କାର ପ୍ରଦାନ କରାଯାଇଥିଲା। ଶେଷରେ ଶିକ୍ଷୟିତ୍ରୀ ସୁନିତା କୁମାରୀ ବଡ଼ଜେନା ଧନ୍ୟବାଦ ଅର୍ପଣ କରିଥିଲେ। ଏହାପରେ ଛାତ୍ରଛାତ୍ରୀଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା।  ଏହି କାର୍ଯ୍ୟକ୍ରମକୁ ଶିକ୍ଷକ ଗଣପତି ସାହୁ ଓ ଶିକ୍ଷୟିତ୍ରୀ ସୁଚିସ୍ମିତା ପାତ୍ର ପରିଚାଳନା କରିଥିଲେ। ଶିକ୍ଷକ ରମେଶ ଚନ୍ଦ୍ର ସ୍ବାଇଁ, ସମିର କୁମାର ଦଳାଇ, ସୁଶାନ୍ତ କୁମାର ସ୍ବାଇଁ, ଶିକ୍ଷୟିତ୍ରୀ ସବିତା ରାଉତ, କର୍ମଚାରୀ ଆଶିଷ କୁମାର ପାତ୍ର, ଦୀପକ ପ୍ରଧାନ ଓ ସ୍ବରାଜ ନାଏକ ପରିଚାଳନାରେ ସହଯୋଗ କରିଥିଲେ।
Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ