ସାହାରପଡାଠାରେ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ
କେନ୍ଦୁଝର (ପୂର୍ଣ୍ଣଚନ୍ଦ୍ର ମହାନ୍ତ): ସୋମବାର ଦିନ ଜିଲ୍ଲାପାଳ ଶ୍ରୀ ବିଶାଲ ସିଂହଙ୍କ ନିର୍ଦ୍ଦେଶକ୍ରମେ କେନ୍ଦୁଝର ଜିଲ୍ଲା ସାହାରପଡା ପଞ୍ଚାୟତ ସମିତି କାର୍ଯ୍ୟାଳୟଠାରେ ଜନସାଧାରଣଙ୍କ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ମୋଟ୍ ୧୧୪ଟି ଅଭିଯୋଗ ଗ୍ରହଣ କରାଯାଇଥିଲା । ସମୁଦାୟ ଅଭିଯୋଗ ମଧ୍ୟରୁ ୨୭ଟି ଅଭିଯୋଗ ଗୋଷ୍ଠୀ ସମସ୍ୟା/ଗ୍ରାମ୍ୟ ସମସ୍ୟାମୂଳକ ହୋଇଥିବାବେଳେ ୮୭ଟି ଅଭିଯୋଗ ବ୍ୟକ୍ତିଗତ ସମସ୍ୟା ଉପରେ ପର୍ଯ୍ୟବେସିତ ଥିଲା ।ସେଥିମଧ୍ୟରୁ ୬୪ଟି ଅଭିଯୋଗର ତୁରନ୍ତ ଫଇସଲା କରାଯାଇଥିଲା। ଜିଲ୍ଲା ରେଡ଼କ୍ରସ ପାଣ୍ଠିରୁ ସହାୟତା ପାଇଁ ୨ଟି ଆବେଦନପତ୍ର ଗ୍ରହଣ କରାଯାଇଥିଲା। ଏହି ଅବସରରେ ୬ ଗୋଟି ଦିବ୍ୟାଙ୍ଗ ମାନଙ୍କୁ ହୁଇଲଚେୟାର ପ୍ରଦାନ କରାଯାଇଥିଲା। ଏହି ଶୁଣାଣିରେ ଆରକ୍ଷୀ ଅଧିକ୍ଷକ ଶ୍ରୀ ନୀତିନ କୁଶଳକର, ବନଖଣ୍ଡ ଅଧିକାରୀ ଧନରାଜ ଏଚଡ଼ି, ଅତିରିକ୍ତ ଜିଲ୍ଲାପାଳ ରବୀନ୍ଦ୍ର କୁମାର ପ୍ରଧାନ, ଜିଲ୍ଲାପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ କୁମାର ନାଗଭୁଷଣ, ଏବଂ ସହକାରୀ ଜିଲ୍ଲାପାଳ ସରୋଜ କୁମାର ମଲ୍ଲିକଙ୍କ ସମେତ ଜିଲ୍ଲାସ୍ତରର ବିଭିନ୍ନ ବିଭାଗୀୟ ଅଧିକାରୀମାନେ ଏଥିରେ ଯୋଗଦେଇଥିଲେ । ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ଅଭିଯୋଗ ଶୁଣାଣି ପୂର୍ବରୁ ନିର୍ଦ୍ଧାରିତ ହୋଇଥିବା ସକାଳ ୭ରୁ ୧୦ ଘଟିକା ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଥିଲା ।