ପୋଲସରାରେ ଜିଲ୍ଲାପାଳ ଓ ଏସପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି

ପୋଲସରା (ଅନୀଲ କୁମାର ମହାରଣା): ଗଞ୍ଜାମ ଜିଲ୍ଲାର ପୋଲସରା ପଞ୍ଚାୟତ ସମିତି ପରିସରରେ ମଇ ୧୩ ତାରିଖ ଦିନ ଗଞ୍ଜାମ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡା ଓ ଗଞ୍ଜାମ ପୋଲିସ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଶୁଭେନ୍ଦୁ କୁମାର ପାତ୍ର ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏହି ଯୁଗ୍ମ ଅଭିଯୋଗ ଶୁଣାଣିରେ ଗଞ୍ଜାମ ଜିଲ୍ଲାର ବିଭିନ୍ନ ବିଭାଗର ମୁଖ୍ୟ ଅଧିକାରୀ ବୃନ୍ଦ ମଧ୍ୟ ଯୋଗଦେଇଥିଲେ। ଯୁଗ୍ମ ଅଭିଯୋଗ ଶୁଣାଣିରେ ପୋଲସରା ବ୍ଳକର ୨୬ ଗୋଟି ପଞ୍ଚାୟତ ଓ ପୋଲସରା ଏନ୍ଏସି ଜନସାଧାରଣ ବୃନ୍ଦଙ୍କ ପକ୍ଷରୁ ପ୍ରାୟ ୨୦୦ ଅଭିଯୋଗ ହୋଇଥିବା ବେଳେ ସମସ୍ତ ଅଭିଯୋଗ ଗୁଡ଼ିକୁ ଗ୍ରହଣ କରିବା ସହିତ ଯଥା ଶୀଘ୍ର ଯାଞ୍ଚ ପ୍ରକ୍ରିୟା ଆରମ୍ଭ କରାଯାଇ ପ୍ରକୃତ ହିତାଧିକାରୀଙ୍କୁ ସରକାରୀ ସହାୟତା ଯୋଗାଇଦେବା ପାଇଁ ଗଞ୍ଜାମ ଜିଲ୍ଲାପାଳ ଶ୍ରୀ ପରିଡ଼ା ଓ ଏସପି ଶ୍ରୀ ପାତ୍ର ପ୍ରକାଶ କରିଥିଲେ। ଏହି କାର୍ଯ୍ୟକ୍ରମରେ ସ୍ଥାନୀୟ ଉପଜିଲ୍ଲାପାଳ ସେବାଶିଷ ବରାଳ, ପୋଲସରା ବିଡ଼ିଓ ଶଶିଭୂଷଣ ମହାପାତ୍ର, ପୋଲସରା ତହସିଲଦାର ଦିପ୍ତିମୟୀ ପାତ୍ର, ପୋଲସରା ଏନ୍ଏସି କାର୍ଯ୍ୟନିର୍ବାହୀ ଅଧିକାରୀ କୈଳାଶ ଚନ୍ଦ୍ର ଜେନା, ପୋଲସରା ପୋଲିସ ଥାନା ଆଇଆଇସି କୈାଶିକ ମାଝୀ ସମେତ ସମସ୍ତ ଲାଇନ ଡିପାର୍ଟମେଣ୍ଟର କର୍ମଚାରୀ ଉପସ୍ଥିତ ଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ