ଓଡ଼ିଆ ପକ୍ଷ ପାଳନ ଅବସରରେ ଐତିହ୍ୟ ଗଣଦୌଡ ଅନୁଷ୍ଠିତ
ପାରଳାଖେମୁଣ୍ଡି,(ତାରିଣୀ ପ୍ରସାଦ ପଣ୍ଡା): କ୍ରୀଡ଼ା ଓ ଯୁବା ସେବା ବିଭାଗ ଓ ଜିଲ୍ଲା ପ୍ରଶାସନ ଗଜପତି ପକ୍ଷରୁ ଓଡ଼ିଆ ପକ୍ଷ ଐତିହ୍ୟ ଗଣଦୌଡ ଆଜି ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ସ୍ୱୟଂଶାସିତ ମହାବିଦ୍ୟାଳୟ ଠାରୁ ବୃନ୍ଦାବନ ରାଜ ପ୍ରାସାଦ ପର୍ଯ୍ୟନ୍ତ ଗଣଦୌଡ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ମୁନୀଦ୍ର ହୋନ୍ନନାଗାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ବିଧାୟକ ପାରଳାଖେମୁଣ୍ଡି ରୂପେଶ କୁମାର ପାଣିଗ୍ରାହୀ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଥିବା ବେଳେ ସମ୍ମାନିତ ଅତିଥି ଭାବରେ ନିର୍ମଳା ସେଠୀ, ଅଧ୍ୟକ୍ଷା, ପୌରପରିଷଦ ପାରଳାଖେମୁଣ୍ଡି , ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲାପରିଷଦ ଗଜପତି ଦୟାମୟ ପାଢ଼ୀ, ଜିଲ୍ଲା କ୍ରୀଡ଼ା ଅଧିକାରୀ ତଥା ସହକାରୀ ଜିଲ୍ଲାପାଳ ତ୍ରିନାଥ ସାହୁ, ବରିଷ୍ଠ ନାଗରିକ ଵିଚିତ୍ରା ନନ୍ଦ ବେବର୍ତ୍ତା ଓ ଜିଲ୍ଲା ସଂସ୍କୃତି ଅଧିକାରୀ ସୁଶ୍ରୀ ଅର୍ଚ୍ଚନା କୁମାରୀ ମଙ୍ଗରାଜ ପ୍ରମୁଖ ଯୋଗଦେଇ ଥିଲେ। ଓଡ଼ିଶା ଭାଷା, ସାହିତ୍ୟ, ସଂସ୍କୃତି ଓ ଐତିହ୍ୟ ସମୃଦ୍ଧ ଓ ରାଜ୍ୟ ସରକାରଙ୍କ ଆହ୍ଵାନ କ୍ରମେ ଚଳିତ ବର୍ଷ ପ୍ରଥମ ଥର ପାଇଁ ଅପ୍ରେଲ ୧ ତାରିଖ ଠାରୁ ୧୪ ଅପ୍ରେଲ ଓଡ଼ିଆ ନବବର୍ଷ ତଥା ମହାବିଷୁବ ସଂକ୍ରାନ୍ତି ପର୍ଯ୍ୟନ୍ତ ଓଡିଆ ପକ୍ଷ ପାଳନ କରାଯାଉଛି। ଆଜିର କାର୍ଯ୍ୟକ୍ରମରେ ଜିଲ୍ଲାରେ ଐତିହ୍ୟ ଓ ଭାଷା ସଂପର୍କରେ ସଚେତନତା ସୃଷ୍ଟି ପାଇଁ ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀ , ବିଭିନ୍ନ ବିଭାଗର ଅଧିକାରୀମାନଙ୍କୁ ନେଇ ଗଣ ଐତିହ୍ୟ ଦୌଡ଼ରେ ସାମିଲ କରାଯାଇଥିଲା । ଜନସାଧାରଣଙ୍କ ମଧ୍ୟରେ ଓଡ଼ିଶାର ଐତିହ୍ୟ ଏଵଂ ସଂସ୍କୃତିର ପ୍ରତି ଗର୍ବ ସୃଷ୍ଟି କରିବା, ଜିଲ୍ଲା ଓ ରାଜ୍ୟର ସାଂସ୍କୃତିକ ଓ ବିବିଧତାକୁ ପାଳନ କରିବା ,ଏହି ଗଣ ଦୌଡ଼ ଦ୍ଵାର ଯୁବକ ଯୁବତୀ ମାନଙ୍କ ଶାରୀରିକ ଏଵଂ ମାନସିକ ସୁସ୍ଥ ତାକୁ ପ୍ରୋତ୍ସାହିତ କରାଯାଇପାରିବ। ପରେ ପରେ ସ୍ଥାନୀୟ କଳାକାର ମାନଙ୍କ ଦ୍ବାରା ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ, ବୁଦ୍ଧିଜୀବୀ , ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀ ପ୍ରମୁଖ ସାମିଲ ହୋଇଥିଲେ।


