ପତ୍ନୀକୁ ତଣ୍ଟି ଚିପି ହତ୍ୟା ମାମଲାରେ ଅଭିଯୁକ୍ତ ସ୍ୱାମୀକୁ ଆଜୀବନ କାରାଦଣ୍ଡ

ପାରଳାଖେମୁଣ୍ଡି, (ତାରିଣୀ ପ୍ରସାଦ ପଣ୍ଡା ): ବିବାହର ମାତ୍ର ବର୍ଷେ ପରେ ଅଧୂକ ଯୌତୁକ ଦାବି କରି ବାରମ୍ବାର ମାନସିକ ଓ ଶାରୀରିକ ନିର୍ଯାତନା ଦେଇ ଶେଷରେ କ୍ଳଚ ତାରରେ ତଣ୍ଟି ଚିପି ପତ୍ନୀଙ୍କୁ ହତ୍ୟା କରିବା ମାମଲାରେ ଅଭିଯୁକ୍ତ ସ୍ୱାମୀକୁ ଆଜୀବନ କାରାଦଣ୍ଡ ରାୟ ହୋଇଥିବା ସୂଚନା ମିଳିଛି.  ଗଜପତି ଜିଲ୍ଲା ଅତିରିକ୍ତ ଜିଲ୍ଲା ସେସନ ଜଜ୍ ବିଷ୍ଣୁ ପ୍ରସାଦ ପଣ୍ଡା ଭାରତୀୟ ପିଙ୍ଗଳ କୋଡ୍‌ର ଧାରା ୩୦୨ରେ ଗୁରାଣ୍ଡି ଥାନା ଅନ୍ତର୍ଗତ ମାଛମରାରେ ବର୍ତ୍ତମାନ ବସବାସ କରୁଥିବା ଅଭିଯୁକ୍ତ ରେଗାଟି ଧନୁଞ୍ଜୟ ଓରଫ ରକୋଟି ଧନୁଞ୍ଜୟ (୩୮ ବର୍ଷ) ଙ୍କୁ ଆଜୀବନ କାରାଦଣ୍ଡ ସହ ୧୦ହଜାର ଟଙ୍କା ଜରିମାନା ଆଦେଶ ଦେଇଛନ୍ତି I ଜରିମାନା ଅନାଦାୟ ଅଧିକ ୬ ମାସ ସଶ୍ରମ ଜେଲଦଣ୍ଡ ଭୋଗ କରିବାକୁ ପଡିବ ବୋଲି ଜଜ୍ ନିଜର ରାୟରେ ଉଲ୍ଲେଖ କରିଛନ୍ତି । ସେହିପରି ଘରୋଇ ଅତ୍ୟାଚାର ପାଇଁ ରହିଥ‌ିବା ଭାରତୀୟ ପିଙ୍ଗଳ କୋଡ୍‌ର ଧାରା ୪୯୮(କ) ରେ ଉକ୍ତ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରି ୩ ବର୍ଷର ସଶ୍ରମ କାରାଦଣ୍ଡ ସହ ୫ହଜାର ଟଙ୍କା ଜରିମାନା ଆଦେଶ ହୋଇଛି. ଜରିମାନା ଅନାଦାୟ ଅଧିକ ୩ ମାସ ସଶ୍ରମ ଜେଲଦଣ୍ଡ ଭୋଗ କରିବାକୁ ପଡିବ ବୋଲି ଜଜ୍ ରାୟରେ ଉଲ୍ଲେଖ କରିଛନ୍ତି। ଏତଦବ୍ୟତୀତ ଯୌତୁକ ଦାବିକୁ ନେଇ ଉଦ୍ଦିଷ୍ଟ ଧାରା ୪ରେ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରି ୨ବର୍ଷର ସଶ୍ରମ କାରାଦଣ୍ଡ ସହ ୨ହଜାର ଟଙ୍କା ଜରିମାନା ସଜା ଶୁଣାଇଛନ୍ତି I ଜରିମାନା ଅନାଦାୟ ଆହୁରି ଦୁଇ ମାସ ସଶ୍ରମ ଜେଲଦଣ୍ଡ ଭୋଗ କରିବାକୁ ପଡିବ ବୋଲି ନ୍ୟାୟାଧୀଶ ରାୟରେ ଉଲ୍ଲେଖ କରିଛନ୍ତି। ସରକାରଙ୍କ ପକ୍ଷରୁ ଅତିରିକ୍ତ ପବ୍ଲିକ ପ୍ରସିକ୍ୟୁଟର ସରୋଜ କୁମାର ରଥ ମାମଲାର ପରିଚାଳନା କରିଥିବା ଭାରପ୍ରାପ୍ତ କ୍ୟାଡ଼ର ପବ୍ଲିକ ପ୍ରସିକ୍ୟୁଟର ରାଜେଶ କୁମାର ମିଶ୍ର ସୂଚନା ଦେଇଛନ୍ତି।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ