ସମ୍ଭାବ୍ୟ ବାତ୍ୟା ଦୃଷ୍ଟିରୁ ଗଞ୍ଜାମରେ ୨୭ରୁ ୨୯ ତାରିଖ ଯାଏଁ ସ୍କୁଲ, କଲେଜ ଓ ଅଙ୍ଗନବାଡ଼ି ଛୁଟି

ଛତ୍ରପୁର, (ଓ୍ବାଇଏନଏସ): ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲ୍ଲାରେ ଅକ୍ଟୋବର ୨୭ରୁ ୨୯ ତାରିଖ ପର୍ଯ୍ୟନ୍ତ ତିନିଦିନ ସମସ୍ତ ସ୍କୁଲ, କଲେଜ ଓ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ। ଏନେଇ ଗଞ୍ଜାମ ଜିଲ୍ଲାପାଳ ଭି. କୀର୍ତ୍ତି ଭାସନ ସୂଚନା ଦେଇଛନ୍ତି। ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ଜିଲ୍ଲାରେ ପ୍ରବଳ ବର୍ଷା ଓ ଝଡ଼ପବନ ହେବାର ଆଶଙ୍କା ରହିଛି। ଏହି ପରିପ୍ରେକ୍ଷୀରେ ଛାତ୍ରଛାତ୍ରୀ ଓ ଶିଶୁମାନଙ୍କ ସୁରକ୍ଷାକୁ ପ୍ରାଥମିକତା ଦେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି। ଉଲ୍ଲେଖଯୋଗ୍ୟ ଯେ, ମୁଖ୍ୟମନ୍ତ୍ରୀ ପୂର୍ବରୁ ଅକ୍ଟୋବର ୨୮ ଓ ୨୯ ତାରିଖରେ ସ୍କୁଲ ଓ କଲେଜ ଛୁଟି ଘୋଷଣା କରିଥିଲେ । ଏବେ ଗଞ୍ଜାମ ଜିଲ୍ଲାରେ ୨୭ ତାରିଖରୁ ଛୁଟି ଲାଗୁ ହେବା ଫଳରେ ଶିକ୍ଷାନୁଷ୍ଠାନଗୁଡ଼ିକ କ୍ରମାଗତ ତିନିଦିନ ବନ୍ଦ ରହିବ।
Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ