ଇନ୍ଦିରା ମେମୋରିଆଲ ମହାବିଦ୍ୟାଳୟର ବାର୍ଷିକ ଉତ୍ସବ
ପାରଳାଖେମୁଣ୍ଡି, (ତାରିଣୀ ପ୍ରସାଦ ପଣ୍ଡା): ଗଜପତି ଜିଲ୍ଲା ମୋହନା ବ୍ଲକ ଚାନ୍ଦିପୁଟ ସ୍ଥିତ ଇନ୍ଦିରା ମେମୋରିଆଲ ମହାବିଦ୍ୟାଳୟରେ ବାର୍ଷିକ ଉତ୍ସବ ଧୁମ୍ ଧାମରେ ପାଳନ ହୋଇଯାଇଛି। ଏହି ବାର୍ଷିକ ଉତ୍ସବରେ ଛାତ୍ରଛାତ୍ରୀମାନେ ମୁଖ୍ୟ ଅତିଥି ଭାବେ ମୋହନା ବିଧାୟକ ଦାଶରଥି ଗମାଙ୍ଗ ଯୋଗ ଦେଇଥିବା ବେଳେ ମୁଖ୍ୟ ବକ୍ତା ଭାବେ ଚନ୍ଦ୍ରଗିରି ଜିଲ୍ଲାପରିଷଦ ସୁନୀଲ କୁମାର ବିଶୋୟୀ ଯୋଗ ଦେଇଥିଲେ। ଏହି ବାର୍ଷିକ ଉତ୍ସବରେ ଛାତ୍ର ଛାତ୍ରୀ ମାନେ ନିଜର ପ୍ରତିଭା ଦେଖାଇବା ସହ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ।


