ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ଜନଶୁଣାଣୀ ଶିବିର

ରେମୁଣା, (ସରୋଜ ପଣ୍ଡା) : ସ୍ଥାନୀୟ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷରେ ବାଲେଶ୍ଵର ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ   ମିଳିତ ଜନଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି। ରେମୁଣା ପଞ୍ଚାୟତ ସମିତି ଅନ୍ତର୍ଗତ ବିଭିନ୍ନ ଗ୍ରାମ ପଞ୍ଚାୟତରୁ ମୋଟ ୫୨ ଜଣ ଅଭିଯୋଗକାରୀ ନିଜ ନିଜର ଅଭିଯୋଗ ଫର୍ଦ୍ଦ ଉପସ୍ଥାପନ କରିଥିଲେ। ଏହି ଅଭିଯୋଗ ମଧ୍ୟରେ ୫୧ ଗୋଟି ବ୍ୟକ୍ତିଗତ ଏବଂ ୧ ଗୋଟି ସାମୂହିକ ସମ୍ପର୍କିତ ଥିଲା ।  ଏହି ଜନ ଶୁଣାଣୀ କାର୍ଯ୍ୟକ୍ରମରେ ବାଲେଶ୍ୱର ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ପ୍ରତ୍ୟୁଷ ଦିବାକର, ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ) ଶ୍ରୀଯୁକ୍ତ ହେମନ୍ତ କୁମାର ସିଂ, ଜିଲ୍ଲା ପରିଷଦ ସହକାରୀ କାର୍ଯ୍ୟ ନିର୍ବାହୀ ଅଧିକାରୀ ଡ଼ଃ ମଧୁସ୍ମିତା ସାମନ୍ତରାୟ, ମୁଖ୍ୟ ଜିଲ୍ଲା ଚିକିତ୍ସାଧିକାରୀ ଡ଼ା. ଶ୍ରୀଯୁକ୍ତ ପ୍ରଭାତ କୁମାର ବେହେରା, ଉପ ଜିଲ୍ଲାପାଳ, ବାଲେଶ୍ଵର ଶ୍ରୀଯୁକ୍ତ ଶିବ ମାଲବ୍ୟ, ସମେତ ଜିଲ୍ଲାସ୍ତରୀୟ ବିଭିନ୍ନ ବିଭାଗୀୟ ପଦାଧିକାରୀ ଉପସ୍ଥିତ ଥିଲେ।
Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ