ମିଳିତ ଜନଶୁଣାଣୀ କାର୍ଯ୍ୟକ୍ରମ
ସିମୁଳିଆ, (ଓ୍ବାଇଏନଏସ) : ବାଲେଶ୍ୱର ଜିଲ୍ଲାର ସିମୁଳିଆ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ଶ୍ରୀଯୁକ୍ତ ସୂର୍ଯ୍ୟବଂଶୀ ମୟୁର ବିକାଶ ଓ ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ପ୍ରତ୍ୟୁଷ ଦିବାକରଙ୍କ ମିଳିତ ଜନଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି। ସିମୁଳିଆ ପଞ୍ଚାୟତ ସମିତି ଅଧୀନସ୍ଥ ବିଭିନ୍ନ ଗ୍ରାମ ପଞ୍ଚାୟତରୁ ୧୧୧ ଜଣ ଅଭିଯୋଗକାରୀ ନିଜର ଅଭିଯୋଗ ଫର୍ଦ୍ଦ ଉପସ୍ଥାପନ କରିଥିଲେ। ସେଥି ମଧ୍ୟରୁ ୧୦୯ ଗୋଟି ବ୍ୟକ୍ତିଗତ ଅଭିଯୋଗ ସମ୍ପର୍କିତ ହୋଇଥିବା ବେଳେ ୨ ଗୋଟି ମୁଖ୍ୟମନ୍ତ୍ରୀ ସହାୟତା ପାଣ୍ଠି ନିମନ୍ତେ ଆବେଦନ କରିଥିଲେ I ଏହି ମିଳିତ ଜନଶୁଣାଣୀ କାର୍ଯ୍ୟକ୍ରମରେ ୭ ଗୋଟି ଅଭିଯୋଗର ତତକାଳ ସମାଧାନ କରାଯାଇଥିଲା I ଏହି କାର୍ଯ୍ୟକ୍ରମରେ ବାଲେଶ୍ୱର ଜିଲ୍ଲାପାଳ, ଶ୍ରୀଯୁକ୍ତ ସୂର୍ଯ୍ୟବଂଶୀ ମୟୂର ବିକାଶ, ଆରକ୍ଷୀ ଅଧିକ୍ଷକ, ବାଲେଶ୍ୱର, ଶ୍ରୀଯୁକ୍ତ ପ୍ରତ୍ୟୁଷ ଦିବାକର, ଉପ ଜିଲ୍ଲାପାଳ, ବାଲେଶ୍ୱର, ଶ୍ରୀଯୁକ୍ତ ଶିବ ମାଲବ୍ୟ, କାର୍ଯ୍ୟ ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ଶ୍ରୀଯୁକ୍ତ ସଂଜୟ କୁମାର ରାଉତ, ମୁଖ୍ୟ ଜିଲ୍ଲା ଚିକିତ୍ସାଧିକାରୀ, ଡ. ପ୍ରଭାତ କୁମାର ବେହେରାଙ୍କ ସମେତ ଜିଲ୍ଲାର ବିଭିନ୍ନ ବିଭାଗୀୟ ପଦାଧିକାରୀମାନେ ଉପସ୍ଥିତ ଥିଲେ ।


