ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର

ଗୁଣପୁର,(ୱାଇଏନଏସ): ଗୁଣୁପୁର ଉପ ଜିଲ୍ଲାପାଳଙ୍କ ସଭାଗୃହଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇ ଯାଇଛି । ଜିଲ୍ଲାପାଳ ଆଶୁତୋଷ କୁଲକର୍ଣ୍ଣିଙ୍କ ନିର୍ଦ୍ଦେଶକ୍ରମେ ଏହି ଶିବିର ରେ ଅତିରିକ୍ତ ଜିଲ୍ଲାପାଳ ନବୀନ ଚନ୍ଦ୍ର ନାୟକ, ଆରକ୍ଷୀ ଅଧିକ୍ଷକ ସ୍ୱାଥି ଏସ କୁମାର, ଜିଲ୍ଲା ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଅକ୍ଷୟ କୁମାର ଖେମୁଣ୍ଡୁ, ଗୁଣପୁର ଉପ ଜିଲ୍ଲାପାଳ ଦୁଧାଲ ଅଭିଷେକ ଦିଲିପ, ଗୁଣପୁର ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା ପ୍ରକଳ୍ପ ପ୍ରଶାସକ ଅଜୟ କୁମାର ପ୍ରଧାନ, ଜିଲ୍ଲା ମୁଖ୍ୟ ଚିକିତ୍ସା ତଥା ଜନ ସ୍ଵାସ୍ଥ୍ୟ ଅଧିକାରୀ ଭି ସରୋଜିନୀ ଦେବୀ ଯୋଗଦେଇ ସମସ୍ତ ଅଭିଯୋଗର ଶୁଣାଣୀ କରିଥିଲେ। ଆଜି ମୋଟ ୮୬ଟି ଅଭିଯୋଗ ର ଶୁଣାଣୀ ହୋଇଥିବା ବେଳେ, ସେଥିରୁ ୫୩ଟି ବ୍ୟକ୍ତିଗତ,୩୩ଟି ସାମୁହିକ ଦରଖାସ୍ତ ପଞ୍ଜିକରଣ ହୋଇଥିଲା । ସମସ୍ତ ଅଭିଯୋଗ ଅତିରିକ୍ତ ଜିଲ୍ଲାପାଳ ଗ୍ରହଣ କରିବା ପରେ ଅଭିଯୋଗ ଗୁଡିକୁ ତଦନ୍ତ କରି ତୁରନ୍ତ ପଦକ୍ଷେପ ଗ୍ରହଣ କରିବା ନିମନ୍ତେ ସମ୍ପୃକ୍ତ ଅଧିକାରୀଙ୍କୁ ଦରଖାସ୍ତ ଗୁଡିକ ପ୍ରଦାନ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ନିମନ୍ତେ ନିର୍ଦ୍ଦେଶ ଦେଇଥିଲେ । ଅଭିଯୋଗ ଶିବିରରେ ଜିଲ୍ଲା ମଙ୍ଗଳ ଅଧିକାରୀ ଅସୀମା ରାଓ, ଉପଖଣ୍ଡ ଆରକ୍ଷୀ ଅଧିକାରୀ ବାବୁଲି ନାୟକ , ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ମହାଦେବ ଚିଚୁଆନ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ମିନତୀ ଦେଓ, ଏସିଏଫ ସଂଜୀବ କୁମାର ପୃଷ୍ଟି, ଗ୍ରାମ୍ୟ ଜଳ ଯୋଗାଣ ନିର୍ବାହୀ ଯନ୍ତ୍ରୀ ଲୋକନାଥ ଯାଦବ, ରାସ୍ତା କୋଠାବାଡ଼ି ସହକାରୀ ନିର୍ବାହୀ ଯନ୍ତ୍ରୀ ପ୍ରଶାନ୍ତ କୁମାର ପାତ୍ର, ନିର୍ବାହୀ ଯନ୍ତ୍ରୀ ବିଦ୍ୟୁତ ବିଭାଗ ସୁନୀଲ କୁମାର ରାଉତ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ସ୍ୱସ୍ତିକ ଜମାଦାର, ଗୁଣପୁର ପୌର ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ନାୟକ, ଗୁଣପୁର ଅତିରିକ୍ତ ତହସିଲଦାର ଗୟା ଡମ୍ବରୁ ଧର ବେହେରା, ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଧନଞ୍ଜୟ ବେହେରା, ଅତିରିକ୍ତ ତହସିଲଦାର ଲିପ୍ସା କହଁର, ଲିଡ଼ ବ୍ୟାଙ୍କ ଅଧିକାରୀ ଦେବେନ୍ଦ୍ର ବାଉରୀ, ଆଦର୍ଶ ଥାନା ଅଧିକାରୀ କେକେବିକେ କହଁରଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ଯୋଗ ଦେଇଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ