ଯୁଗ୍ମ ଜନ ଅଭିଯୋଗ ଶୁଣାଣି

କଟକ, (ଓ୍ବାଇଏନଏସ):  କଟକ ସଦର ବ୍ଲକ କାର୍ଯ୍ୟାଳୟଠାରେ ଆଜି ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଓ ଜିଲ୍ଲା ମାଜିଷ୍ଟ୍ରେଟ,ଶ୍ରୀ ଦତ୍ତାତ୍ରୟ ଭାଉସାହେବ ଶିନ୍ଦେଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଯୁଗ୍ମ ଜନ ଅଭିଯୋଗ ଶୁଣାଣିରେ ସମୁଦାୟ ୫୨ଟି ଅଭିଯୋଗ ହସ୍ତଗତ ହୋଇଥିଲା । ତନ୍ମଧ୍ୟରୁ ୫୧ଟି ବ୍ୟକ୍ତିଗତ ଅଭିଯୋଗ ଏବଂ ଗୋଟିଏ ସାମୁହିକ ଅଭିଯୋଗ ରହିଥିଲା । ଅଭିଯୋଗ ଶୁଣାଣି ଶିବିରରେ ୧୫ଟି ଅଭିଯୋଗର ତ୍ୱରିତ ସମାଧାନ ନିମନ୍ତେ ବିହିତ ପଦକ୍ଷେପ ଗ୍ରହଣ କରାଯାଇଥିଲା । ଏହି ଅଭିଯୋଗ ଶୁଣାଣି କାଳରେ ଆରକ୍ଷୀ ଅଧିକ୍ଷକ ଶ୍ରୀ ବିନୀତ ଅଗ୍ରୱାଲ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ କମଲଜିତ୍ ଦାସ, ଜିଲ୍ଳା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଶ୍ରୀ ପ୍ରଶାନ୍ତ କୁମାର ନାୟକଙ୍କ ସମେତ ଅନ୍ୟାନ୍ୟ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ। ସ୍ଥାନୀୟ ଲୋକମାନଙ୍କର ଉପସ୍ଥିତିରେ ବାର୍ଦ୍ଧକ୍ୟ ଭତ୍ତା, ଶିକ୍ଷା, କୃଷି ଆଦି ସମ୍ପର୍କିତ ବିଭିନ୍ନ ପଞ୍ଜିକୃତ ଅଭିଯୋଗର ଶୁଣାଣି ପରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନିମନ୍ତେ ବିଭିନ୍ନ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଏଠାରେ ସୂଚନାଯୋଗ୍ୟ ଆସନ୍ତା ୬ ତାରିଖରେ ଆଠଗଡ ବ୍ଲକ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ