ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି

କଟକ,  (ଓ୍ବାଇଏନଏସ): କଟକ ଜିଲ୍ଲାର ନିଆଳୀ ବ୍ଲକ କାର୍ଯ୍ୟାଳୟଠାରେ ସୋମବାର ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଛି। ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ପ୍ରଶାନ୍ତ କୁମାର ନାୟକଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ଶିବିରରେ ମୋଟ ୧୧୦ଟି ଅଭିଯୋଗ ଗ୍ରହଣ କରାଯାଇଥିଲା। ସେଥିମଧ୍ୟରୁ ୧୦୭ଟି ବ୍ୟକ୍ତିଗତ ଏବଂ ୩ଟି ସାମୂହିକ ଅଭିଯୋଗ ରହିଥିଲା। ଶିବିରରେ ଗ୍ରହଣ କରାଯାଇଥିବା ଅଭିଯୋଗ ମଧ୍ୟରୁ ୭୨ଟିର ତ୍ୱରିତ ସମାଧାନ ନିମନ୍ତେ ଆବଶ୍ୟକ ପଦକ୍ଷେପ ନିଆଯାଇଥିଲା। କୃଷି, ଶିକ୍ଷା, ବିଦ୍ୟୁତ୍, ପାନୀୟ ଜଳ, ଭିନ୍ନକ୍ଷମ ଭତ୍ତା ଓ ଅନ୍ୟାନ୍ୟ ଭତ୍ତା ସମ୍ପର୍କିତ ଅଭିଯୋଗଗୁଡ଼ିକର ଶୁଣାଣି କରାଯାଇ ବିଭାଗୀୟ ଅଧିକାରୀମାନଙ୍କୁ ତୁରନ୍ତ ଆବଶ୍ୟକୀୟ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ ଦିଆଯାଇଥିଲା। ଏହି ଶିବିରରେ ଉପଖଣ୍ଡ ଆରକ୍ଷୀ ଅଧିକାରୀ ବିଜୟ ମଲ୍ଲିକଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀମାନେ ଯୋଗଦେଇଥିଲେ। ଜନସାଧାରଣଙ୍କ ସମସ୍ୟାର ସମାଧାନ ଓ ଅଭିଯୋଗ ଗୁଡ଼ିକର ତ୍ୱରିତ ନିଷ୍ପତ୍ତି ଉପରେ ଏହି ଶିବିରରେ ଗୁରୁତ୍ୱ ଦିଆଯାଇଥିଲା।ସୂଚନାନୁସାରେ, ଆସନ୍ତା ନଭେମ୍ବର ୩୦ ତାରିଖରେ ନିଶ୍ଚିନ୍ତକୋଇଲି ବ୍ଲକ କାର୍ଯ୍ୟାଳୟଠାରେ ପରବର୍ତ୍ତୀ ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହେବ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ