ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ମିଳିତ ଜନଶୁଣାଣୀ
ରେମୁଣା, (ସରୋଜ ପଣ୍ଡା): ବାଲେଶ୍ୱର ଜିଲ୍ଲାର ରେମୁଣା ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷରେ ବାଲେଶ୍ୱର ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ଜନଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି। ରେମୁଣା ପଞ୍ଚାୟତ ସମିତି ଅଧୀନସ୍ଥ ବିଭିନ୍ନ ଗ୍ରାମ ପଞ୍ଚାୟତରୁ ୫୧ ଜଣ ଅଭିଯୋଗକାରୀ ନିଜର ଅଭିଯୋଗ ଫର୍ଦ୍ଦ ଉପସ୍ଥାପନ କରିଥିଲେ। ସେଥି ମଧ୍ୟରୁ ୪୮ ଗୋଟି ବ୍ୟକ୍ତିଗତ ଓ ୨ ଗୋଟି ସାମୁହିକ ଅଭିଯୋଗ ସମ୍ପର୍କିତ ହୋଇଥିବା ବେଳେ ୧ ଗୋଟି ମୁଖ୍ୟମନ୍ତ୍ରୀ ସହାୟତା ପାଣ୍ଠି ନିମନ୍ତେ ଆବେଦନ କରିଥିଲେ I ଏହି ମିଳିତ ଜନଶୁଣାଣୀ କାର୍ଯ୍ୟକ୍ରମରେ ୪ ଗୋଟି ଅଭିଯୋଗର ତତ୍କାଳ ସମାଧାନ କରାଯାଇଥିଲା Iଏହି କାର୍ଯ୍ୟକ୍ରମରେ ବାଲେଶ୍ୱର ଜିଲ୍ଲାପାଳ, ଶ୍ରୀଯୁକ୍ତ ସୂର୍ଯ୍ୟବଂଶୀ ମୟୂର ବିକାଶ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ, ଶ୍ରୀଯୁକ୍ତ ପରେଶ ରାଉତ, ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ) ଶ୍ରୀଯୁକ୍ତ ହେମନ୍ତ କୁମାର ସିଂହ, ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ଶ୍ରୀଯୁକ୍ତ ସଞ୍ଜୟ କୁମାର ରାଉତ, ଉପ ଜିଲ୍ଲାପାଳ, ବାଲେଶ୍ୱର ଶ୍ରୀଯୁକ୍ତ ଶିବ ମାଲବ୍ୟ, ମୁଖ୍ୟ ଜିଲ୍ଲା ଚିକିତ୍ସାଧିକାରୀ ଡ଼ା. ଦିଲ୍ଲୀପ କୁମାର ଜେନା, ବିଡିଓ, ରେମୁଣା ବ୍ଲକ ଶ୍ରୀଯୁକ୍ତ ସାର୍ଥକ ସୌରଭ ମହାପାତ୍ର ଓ ରେମୁଣା ତହସିଲଦାର ବର୍ଷା ପରିଡାଙ୍କ ସମେତ ଜିଲ୍ଲାର ବିଭିନ୍ନ ବିଭାଗୀୟ ପଦାଧିକାରୀମାନେ ଉପସ୍ଥିତ ଥିଲେ ।


