ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ

କଟକ, (ଓ୍ବାଇଏନଏସ):  କଟକ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟସ୍ଥିତ ଓସୱାନ୍ କକ୍ଷଠାରେ ଆଜି ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଏବଂ ଜିଲ୍ଲା ମାଜିଷ୍ଟ୍ରେଟ ଶ୍ରୀ ଦାତ୍ତାତ୍ରୟ ଭାଉସାହେବ ଶିନ୍ଦେ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଜନ ଅଭିଯୋଗ ଶୁଣାଣିରେ ସମୁଦାୟ ୯୩ଟି ଅଭିଯୋଗ ହସ୍ତଗତ ହୋଇଥିଲା । ତନ୍ମଧ୍ୟରେ ୮୭ଟି ବ୍ୟକ୍ତିଗତ ଅଭିଯୋଗ ଏବଂ ୬ଗୋଟି ସାମୁହିକ ଅଭିଯୋଗ ରହିଥିବା ବେଳେ ଅଭିଯୋଗ ଶୁଣାଣି ଶିବିରରେ ୩ଟି ଅଭିଯୋଗ ର ତ୍ୱରିତ ସମାଧାନ ନିମନ୍ତେ ବିହିତ ପଦକ୍ଷେପ ଗ୍ରହଣ କରାଯାଇଥିଲା । ସେହିପରି ୩ଜଣଙ୍କୁ ମଧ୍ୟ ରେଡକ୍ରସ ପାଣ୍ଠିରୁ ସହାୟତା ରାଶି ପ୍ରଦାନ କରାଯାଇଥିଲା ।ଏହି ଅଭିଯୋଗ ଶୁଣାଣି କାଳରେ ଡିସିପି ଖିଲାରି ଋଷିକେଶ ଦ୍ୟାନଦେଓ,ପୁଲିସ ଆରକ୍ଷୀ ଅଧିକ୍ଷକ ଶ୍ରୀ ବିନୀତ ଅଗ୍ରୱାଲଙ୍କ ସମେତ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ କମଲଜିତ ଦାସ , ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ କଟକ ଶ୍ରୀ ପ୍ରଶାନ୍ତ କୁମାର ନାୟକ, ଉପଜିଲ୍ଲାପାଳ କଟକ ସଦର ଶ୍ରୀ ଦିବ୍ୟଜ୍ୟୋତି ସ୍ମୃତି ରଞ୍ଜନ ଦେଓ ଏବଂ ଅନ୍ୟାନ୍ୟ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ । ଭତ୍ତା ତଥା ଶିକ୍ଷା ଆଦି ସମ୍ପର୍କିତ ବିଭିନ୍ନ ପଞ୍ଜିକୃତ ଅଭିଯୋଗର ଶୁଣାଣି ପରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନିମନ୍ତେ ବିଭିନ୍ନ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ