ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ମିଳିତ ଜନଶୁଣାଣୀ କାର୍ଯ୍ୟକ୍ରମ

ବାଲେଶ୍ୱର (ସରୋଜ ପଣ୍ଡା): ବାଲେଶ୍ୱର ଜିଲ୍ଲାପାଳଙ୍କ ଅଭିଯୋଗ ପ୍ରକୋଷ୍ଠରେ ବାଲେଶ୍ୱର ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ଜନଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି। ବାଲେଶ୍ୱର ଜିଲ୍ଲାର ବିଭିନ୍ନ ପ୍ରାନ୍ତରୁ ୨୬୧ ଜଣ ଅଭିଯୋଗକାରୀ ନିଜର ଅଭିଯୋଗ ଫର୍ଦ୍ଦ ଉପସ୍ଥାପନ କରିଥିଲେ। ସେଥି ମଧ୍ୟରୁ ୧୪୪ ଗୋଟି ବ୍ୟକ୍ତିଗତ ଏବଂ ୧୭ ଗୋଟି ସାମୁହିକ ଅଭିଯୋଗ ସମ୍ପର୍କିତ ହୋଇଥିବା ବେଳେ ୧୦୦ ଗୋଟି ମୁଖ୍ୟମନ୍ତ୍ରୀ ସହାୟତା ପାଣ୍ଠି ନିମନ୍ତେ ଆବେଦନ କରିଥିଲେ I ଏହି ମିଳିତ ଜନଶୁଣାଣୀ କାର୍ଯ୍ୟକ୍ରମରେ ୧୧୨ ଗୋଟି ଅଭିଯୋଗର ତତକାଳ ସମାଧାନ କରାଯାଇଥିଲା I ଏହି କାର୍ଯ୍ୟକ୍ରମରେ ବାଲେଶ୍ୱର ଜିଲ୍ଲାପାଳ, ଶ୍ରୀଯୁକ୍ତ ସୂର୍ଯ୍ୟବଂଶୀ ମୟୂର ବିକାଶ, ଆରକ୍ଷୀ ଅଧିକ୍ଷକ, ବାଲେଶ୍ୱର, ଶ୍ରୀଯୁକ୍ତ ପ୍ରତ୍ୟୁଷ ଦିବାକର, ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ) ଶ୍ରୀଯୁକ୍ତ ହେମନ୍ତ ସିଂ, ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ, ଜିଲ୍ଲାପରିଷଦ, ବାଲେଶ୍ୱର ଶ୍ରୀଯୁକ୍ତ ସଞ୍ଜୟ କୁମାର ରାଉତ, ଉପ ଜିଲ୍ଲାପାଳ, ବାଲେଶ୍ୱର, ଶ୍ରୀଯୁକ୍ତ ଶିବ ମାଲବ୍ୟ, ମୁଖ୍ୟ ଜିଲ୍ଲା ଚିକିତ୍ସାଧିକାରୀ, ଡ. ଦିଲ୍ଲୀପ କୁମାର ଜେନା, ବାଲେଶ୍ୱର ନିର୍ବାହୀ ଅଧିକାରୀ, ପୌରପାଳିକା ଶ୍ରୀଯୁକ୍ତ ଶିରୀୟାଲ ଶୁଭ୍ର ପଟେଲ, ସଦର ବିଡିଓ ଶ୍ରୀଯୁକ୍ତ ଉତ୍ତମ କୁମାର ଜେନା, ସଦର ତହସିଲଦାର ଶ୍ରୀଯୁକ୍ତ ଅନିଲ କୁମାର ମହାନ୍ତିଙ୍କ ସମେତ ଜିଲ୍ଲାର ବିଭିନ୍ନ ବିଭାଗୀୟ ପଦାଧିକାରୀମାନେ ଉପସ୍ଥିତ ଥିଲେ ।
Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ