ଖେଲୋ ଇଣ୍ଡିଆ ଅନ୍ତର୍ଗତ ଖୋଖୋ କେନ୍ଦ୍ର ଉଦଘାଟିତ

ବାଲେଶ୍ୱର (ସରୋଜ ପଣ୍ଡା) : ବାଲେଶ୍ୱର ସଦର ମହକୁମା ଅନ୍ତର୍ଗତ ସହଦେବଖୁଣ୍ଟାସ୍ଥିତ ମ୍ୟୁନିସିପାଲ ସରକାରୀ ଉଚ୍ଚ ବିଦ୍ୟାଳୟଠାରେ ଖେଲୋ ଇଣ୍ଡିଆ ଯୋଜନା ଅନ୍ତର୍ଗତ ଖୋ-ଖୋ ପ୍ରଶିକ୍ଷଣ କେନ୍ଦ୍ରକୁ ମାନ୍ୟବର କ୍ରୀଡ଼ାମନ୍ତ୍ରୀ ଶ୍ରୀଯୁକ୍ତ ସୂର୍ଯ୍ୟବଂଶୀ ସୂରଜ ଆଭାସୀ ମାଧ୍ୟମରେ ଉଦଘାଟନ କରିଛନ୍ତି। ଏହି ଅବସରରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟସ୍ଥିତ ଓସ୍ଵାନ ହଲଠାରେ ଆଭାସୀ ମାଧ୍ୟମରେ ଉଦଘାଟନ କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସୁଧାକର ନାୟକ, ଜିଲ୍ଲା ଶିକ୍ଷାଧିକାରୀ ଶ୍ରୀମତୀ ପ୍ରାଚୀ ତନୟା ଗିରି, ଜିଲ୍ଲା କ୍ରୀଡା ଅଧିକାରୀ ଶ୍ରୀ ପୂର୍ଣ୍ଣଚନ୍ଦ୍ର ଜେନାଙ୍କ ସମେତ ବିଭିନ୍ନ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ I
Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ